ବାହାନଗା, ୧୧ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ନିଳାମ୍ବର ମଳିକ(୪୮) ତାଙ୍କ ସ୍ତ୍ରୀଙ୍କୁ ଧାନ ବିଲରେ ମାଡ ମାରି ନିଆଁରେ ପୋଡି ଦେବାପରେ ନିଜେ ବିଷ ବିଇ ଆମତ୍ହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।
ନୂଆପୁର ଗ୍ରାମର ନୀଳାମ୍ବର ଶନିବାର ଦିନସାରା ନିକଟସ୍ଥ ଅରଳା ସୀମାରେ ଥିବା ନିଜ ଧାନ ବିଲରେ ମଦ୍ୟପାନ କରି ଆଉ ଘରକୁ ଫେରି ନ ଥିଲେ। ତାଙ୍କ ସ୍ତ୍ରୀ ସାବିତ୍ରୀ (୪୨) ଅପରାହ୍ନ ୪ଟାରେ ସେହି ବିଲକୁ ଯାଇ ସ୍ବାମୀଙ୍କୁ ଘରକୁ ଯିବା ପାଇଁ ଡାକିଥିଲେ। ଏହି ସମୟରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ନୀଳମ୍ବର ଉତ୍ତ୍ୟକ୍ତ ହୋଇ ସାବିତ୍ରୀଙ୍କୁ ମାଡ ମାରିଥିଲେ। ସାବିତ୍ରୀ ତଳେ ପଡିଯାଇ ଅଚେତ ହେବାରୁ ନୀଳାମ୍ବର ସେହି ବିଲରେ ସାବିତ୍ରୀଙ୍କୁ ନିଆଁ ଲଗାଇ ପୋଡି ଦେଇଥିଲେ। ପରେ ନୀଳାମ୍ବରଙ୍କ ନିଶା ଛାଡିବା ପରେ ସନ୍ଧ୍ୟାରେ ସେ ବିଲରେ ପକାଇବା ପାଇଁ ଆଣିଥିବା କିଟନାଶକ ପିଇ ଆମତ୍ହତ୍ୟା ଉଦ୍ୟମ କରିଥିଲେ। ତେବେ ତାଳପଦା-ଗୋପାଳପୁର ରାସ୍ତାରେ ଯାଉଥିବା ଲୋକମାନେ ବିଲରେ ନିଆଁ ଜଳୁଥିବା ଦେଖି କିଛି ବୁଝି ପାରି ନ ଥିଲେ। ସନ୍ଧ୍ୟାରେ ନୀଳାମ୍ବର ନିଜେ ବିଲରୁ ରାସ୍ତାକୁ ଆସି ସ୍ତ୍ରୀଙ୍କୁ ମାଡ ମାରି ପୋଡିଦେବା ସହ ବିଷ ପିଇଦେଇଥିବା କହିଥିଲେ। ସ୍ଥାନୀୟ ଲୋକେ ଏହା ଶୁଣି ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରିଥିଲେ। ଏ ବିଷୟରେ ଲୋକେ ଗୋପାଳପୁର ଫାଣ୍ଡିକୁ ଜଣାଇବା ପରେ ଫାଣ୍ଡି ଅଧିକାରୀ ବଂଶୀଧର ପ୍ରଧାନ ପହଞ୍ଚି ପୋଡା ଶବକୁ ଜବତ କରିଛି। ଏହି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି ା
ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ
ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍…
ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍, ପଛରୁ ପିଟିଲା ଆଉ ଏକ ଟ୍ରକ୍, ଚାପିହୋଇଗଲେ ୩ ଜଣ
ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
Archives

