ପଥର ଫିଙ୍ଗାକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ମୃଦୁ ଲାଠିଚାଳନା,ବ୍ୟାପକ ପୋଲିସ ମୁତୟନ

ସୁନ୍ଦରଗଡ଼,୧୪।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ପଥର ଫିଙ୍ଗା ଘଟଣାକୁ ନେଇ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ଘଟଣାସ୍ଥଳରେ ଏସ୍‌ପି ସୋମ୍ୟ ମିଶ୍ରା ଏବଂ ଏସ୍‌ଡିପିଓ ମଧୁସିକ୍ତା ମିଶ୍ର ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ଶାନ୍ତି ବଜାୟ ରଖିବା ପାଇଁ ଅନୁରୋଧ କରିଛନ୍ତି।  ଅଞ୍ଚଳରେ ଗୋଟିଏ ଗୋଷ୍ଠୀର କିଛି ଲୋକ ଅନ୍ୟ ଏକ ଗୋଷ୍ଠୀର ଲୋକଙ୍କ ଘର ଓ ରାସ୍ତା ଉପରକୁ ପଥର ମାଡ଼ କରିଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ପ୍ରଥମେ ଟାଉନ୍‌ ଥାନା ପୋଲିସ ସେଠାରେ ପହଞ୍ଚିଥିଲା। ପଥର ମାଡରେ ଟାଉନ ଥାନା ଆଇଆଇସି ବୀଭିତ୍ସ ପ୍ରଧାନ ଆହତ ହୋଇଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ମୃଦୁ ଲାଠି ଚାଳନା କରାଯାଇଥିଲା। ଏବେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଥିବା ବେଳେ ସତନ୍ତ୍ର ପୋଲିସ ଫୋର୍ସ ମୁତୟନ ଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ସୋମବାର ସୁନ୍ଦରଗଡ଼ରେ ସିଏଏ ବିରୋଧରେ କଂଗ୍ରେସ ପକ୍ଷରୁ ଏକ ଶୋଭାଯାତ୍ରା କରାଯିବା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଏହି ସମୟରେ କିଛି ସିଏଏ ସପକ୍ଷବାଦୀ ଉକ୍ତ ସ୍ଥାନକୁ ଆସି ପାଟିତୁଣ୍ଡ କରିବା ସହ ଜଣେ କଂଗ୍ରେସ କର୍ମୀଙ୍କୁ ମାଡ଼ ମାରିଥିଲେ। ଏହି ଘଟଣାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହୋଇଥିଲା। ପୋଲିସ ନାକେଦମ ହୋଇଥିଲା। ସନ୍ଧ୍ୟାରେ କଂଗ୍ରେସର ଏକ ପ୍ରତିନିଧି ଦଳ ସୁନ୍ଦରଗଡ଼ ଏସ୍‌ପି ସୋମ୍ୟା ମିଶ୍ରାଙ୍କୁ ସାକ୍ଷାତ କରିଥିଲେ। ଏଥିସହ ଟାଉନ ଥାନାରେ ମାଡ଼ ଖାଇଥିବା କଂଗ୍ରେସ କର୍ମୀ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ଏହି ଘଟଣାକୁ ନେଇ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଥିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri