ପଥର ବ୍ଲାଷ୍ଟିଂକୁ ନେଇ ତେଜିଲା ଅସନ୍ତୋଷ

କାମାକ୍ଷାନଗର, ୨୧।୧(ଡି.ଏନ.ଏ.)

ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଝିଲ୍ଲୀ ଗ୍ରାମରେ ପଥର ବ୍ଲାଷ୍ଟିଂକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଗତ ରବିବାର ଅଞ୍ଚଳର ଶତାଧିକ ମହିଳା କ୍ରଶର ଆଗରେ ଧାରଣାରେ ବସିଥିଲେ। ସମସ୍ୟା ସମାଧାନ ଦାବିରେ ସୋମବାର ଗ୍ରାମବାସୀ ଏକାଠି ହୋଇ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପୁନର୍ବାର ଧାରଣା ଦେଇଥିଲେ।
ଅଭିଯୋଗ ଅନୁଯାୟୀ, ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ଦାୟିତ୍ୱରେ ଥିବା ଠିକାସଂସ୍ଥା କୁନାଲ ଷ୍ଟ୍ରକ୍ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ଉକ୍ତ କ୍ରଶରରୁ ପଥର ବ୍ଲାଷ୍ଟିଂ କରୁଛି। ଫଳରେ ଘରଦ୍ୱାର ଫାଟି କ୍ଷତିଗ୍ରସ୍ତ ହୋଇଛି। ଏ ନେଇ ଲୋକମାନେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହାର ସମାଧାନ ନ ହେଲେ ଆନ୍ଦୋଳନକୁ ଆହୁରି ତୀବ୍ରତର କରିବାକୁ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।
ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଆନ୍ଦୋଳନରତ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ। ତହସିଲଦାରଙ୍କୁ ପଠାଇ କ୍ଷୟକ୍ଷତି ଆକଳନ କରାଯିବ। କ୍ଷତିଗ୍ରସ୍ତ ଘରଗୁଡ଼ିକର ମରାମତି ବ୍ୟବସ୍ଥା କରାଯିବ। ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ପରୀକ୍ଷାମୂଳକ ଭାବେ ବ୍ଲାଷ୍ଟିଂ କରାଯିବ। ଏଥିରୁ ପ୍ରକୃତରେ କ’ଣ କ୍ଷତି ହେଉଛି ତାହା ଜଣାପଡ଼ିବ। ଲୋକଙ୍କ ସହମତିରେ ସମସ୍ତ କାର୍ଯ୍ୟ ହେବ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେବାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଜିଲା ପରିଷଦ ସଭ୍ୟା ସୁକାନ୍ତି ପ୍ରଧାନ, କମଳା ପ୍ରଧାନ, ଶାନ୍ତି ପ୍ରଧାନ, ବିଜୁଳି ବେହେରା, ଉର୍ବଶୀ ବେହେରା, ଶୈଳ ପ୍ରଧାନ, ବାସନ୍ତୀ ସାହୁ, କାଞ୍ଚନ ବେହେରା, ସିପ୍ରା ସାହୁ, ସସ୍ମିତା ପ୍ରଧାନ, ଝିଲି ପ୍ରଧାନ, ପିଙ୍କି ପ୍ରଧାନ, କୃଷ୍ଣଚନ୍ଦ୍ର ସାହୁ, ପ୍ରଫୁଲ୍ଲ ଦେହୁରୀ, ପ୍ରେମାନନ୍ଦ ପ୍ରଧାନ, ସନ୍ତୋଷ ସାହୁ, ଦିବାକର ବେହେରା, ବସନ୍ତ ସାହୁ ପ୍ରମୁଖ ଧାରଣାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri