ପଥରରେ ଛେଚି ଜଣଙ୍କୁ ହତ୍ୟା: ମୃତଦେହ ଉଦ୍ଧାର

ଯୋଡ଼ା,୧୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଳିମାଟି ନୂଆ ହଟିଂ ରାସ୍ତାପାର୍ଶ୍ୱରୁ ଜଣଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ବାମେବାରୀ ଥାନା ଓଆଇସି ଅମିତାଭ ଦାସଙ୍କ ଠାରୁ ମିଳିଥିବା ସୂଚନାରୁ ଜଣାପଡ଼ିଛି ଯେ, ସୋମବାର ସ୍ଥାନୀୟ ନୂଆ ହଟିଂବାସୀଙ୍କଠାରୁ ଖବର ପାଇ ବାମେବାରୀ ପୋଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଜବତ କରି ଏହାର ତଦନ୍ତ ଆରମ୍ଭ କରିଛି। ପୋଲିସର ତଦନ୍ତ ଅନୁଯାୟୀ, ମୃତକଙ୍କ ନାମ ଅଶୋକ କୁମାର ମହାକୁଡ଼(୩୪)। ଘର ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁରରେ। ସେ କାଳିମାଟି ଅଞ୍ଚଳରେ ରହି ଟ୍ରକ ଚଳାଉଥିଲେ। ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରିଛି। ଏନେଇ ବାମେବାରୀ ଥାନାରେ କେସ୍‌ ନଂ ୬/୨୦ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଘଟଣାସ୍ଥଳରେ ସାଇନ୍ଟଫିକ୍‌ ଟିମ୍‌ ସହିତ ବଡ଼ବିଲ ଏସ୍‌ଡିପିଓ ସତ୍ୟବିକାଶ ଭୂୟାଁ , ଯୋଡ଼ା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ, ବାମେବାରୀ ଥାନା ଓଆଇସି ଅମିତାଭ୍‌ ଦାସ ସଦଳବଳ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ପରେ ଏହାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତାବିରା ଆସନ ନାମାଙ୍କନ ଭରିଲେ ନିହାର ରଞ୍ଜନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ଗୁରୁବାର ନାମାଙ୍କନ ଦାଖଲ...

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri