କେନ୍ଦୁଝର,୧୫ା୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା ଗ୍ରାମ ଛକ ନିକଟରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଡବର ମାଝି (୨୭)। ତାଙ୍କୁ ହତ୍ୟା କରାଯିବାର କାରଣ ଜଣା ପଡିନାହିଁ ା ହତ୍ୟାକାରୀ ଫେରାର ଥିବା ପୋଲିସ କହିଛି ା ଶନିବାର ସକାଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ା କେହି ଦୁର୍ବୃତ୍ତ ଡବରଙ୍କ ମୁଣ୍ଡ ଓ ମୁହଁକୁ ପଥରରେ ଛେଚି ଏଭଳି ବୀଭତ୍ସ ଭାବେ ହତ୍ୟା କରିଛନ୍ତି ଯେ ତାଙ୍କୁ ଚିହ୍ନିବା ସମ୍ଭବ ହୋଇ ନ ଥିଲା। ଡବରଙ୍କ ପୋଷାକରୁ ପରିବାର ଲୋକ ତାଙ୍କୁ ଚିହ୍ନି ଥିଲେ ା ପାରିପାର୍ଶ୍ୱିକ ଅବସ୍ଥାରୁ ଏକାଧିକ ଲୋକ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଛି ା
ମିଳିଥିବା ସୂଚନା ଅନୁଯାୟୀ, ଗତ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ବାଇକ୍ରେ ହରିଚନ୍ଦନପୁର ହାଟକୁ ଡବର ଓ ତାଙ୍କ ପୁତୁରା କାହ୍ନୁ ଯାଇଥିଲେ। ସେଠାରୁ ଫେରିବା ପରେ ଡବର ସଂପୃକ୍ତ ବ୍ୟକ୍ତିଙ୍କୁ ଗାଡି ଫେରାଇବାକୁ ଯାଇଥିଲେ। ସେତେବେଳକୁ ସନ୍ଧ୍ୟା ହୋଇଯାଇଥିଲା ା ବିଳମ୍ବିତ ରାତି ପର୍ଯ୍ୟନ୍ତ ଡବର ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ସକାଳେ ତାଙ୍କୁ କେହି ହତ୍ୟା କରି ରାସ୍ତାରେ ପକାଇ ଦେଇଥିବା ଦେଖିବାକୁ ମିଳିଥିଲା। ଏନେଇ ପୋଲିସକୁ ତୁରନ୍ତ ଅବଗତ କରାଯାଇଥିଲା ା ପୋଲିସ ତଦନ୍ତ ଜାରି ରହିଛି। ଉକ୍ତ ସ୍କୁଟରକୁ ନେଇ ଗଣ୍ଡଗୋଳ ହୋଇଥିବା ଏବଂ ହତ୍ୟାକାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରି ଘଟଣାର ତଦନ୍ତ କରୁଥିବା ଜଣାପଡିଛି। ଡବରଙ୍କ ସ୍ତ୍ରୀଙ୍କ ଏତଲାକୁ ଭିତ୍ତି କରି ଦୈତାରୀ ଥାନାରେ ୩୦୨ ଦଫାରେ ଏକ ହତ୍ୟା ମାମଲା (ନଂ. ୮୦/୨୦୧୯) ରୁଜୁ ହୋଇଛି ା
କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍- କାର୍କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…
ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...
ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା
କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...
ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…
ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...
ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ
କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍ସ୍ଥିତ ନିର୍ମଳା କନ୍ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...
ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ
ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …
କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...
ଶୀଘ୍ର ମଣ୍ଡି ଖୋଲିବା ସହ ଗିରଫ ନେତାଙ୍କୁ ଖଲାସ ଦାବି କଲା ନବ ନିର୍ମାଣ କୃଷକ ସଂଘ ସଂଗଠନ
ପାଟଣା,୧୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନବନିର୍ମାଣ କୃଷକ ସଂଗଠନ ତରଫରୁ ସୋମବାର ପାଟଣା ତହସିଲ ଦାର ଅଶ୍ୱିନୀ କୁମାର ନାଏକଙ୍କୁ ଭେଟି...
Archives


