କେନ୍ଦୁଝର,୧୫ା୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା ଗ୍ରାମ ଛକ ନିକଟରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଡବର ମାଝି (୨୭)। ତାଙ୍କୁ ହତ୍ୟା କରାଯିବାର କାରଣ ଜଣା ପଡିନାହିଁ ା ହତ୍ୟାକାରୀ ଫେରାର ଥିବା ପୋଲିସ କହିଛି ା ଶନିବାର ସକାଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ା କେହି ଦୁର୍ବୃତ୍ତ ଡବରଙ୍କ ମୁଣ୍ଡ ଓ ମୁହଁକୁ ପଥରରେ ଛେଚି ଏଭଳି ବୀଭତ୍ସ ଭାବେ ହତ୍ୟା କରିଛନ୍ତି ଯେ ତାଙ୍କୁ ଚିହ୍ନିବା ସମ୍ଭବ ହୋଇ ନ ଥିଲା। ଡବରଙ୍କ ପୋଷାକରୁ ପରିବାର ଲୋକ ତାଙ୍କୁ ଚିହ୍ନି ଥିଲେ ା ପାରିପାର୍ଶ୍ୱିକ ଅବସ୍ଥାରୁ ଏକାଧିକ ଲୋକ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଛି ା
ମିଳିଥିବା ସୂଚନା ଅନୁଯାୟୀ, ଗତ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ବାଇକ୍ରେ ହରିଚନ୍ଦନପୁର ହାଟକୁ ଡବର ଓ ତାଙ୍କ ପୁତୁରା କାହ୍ନୁ ଯାଇଥିଲେ। ସେଠାରୁ ଫେରିବା ପରେ ଡବର ସଂପୃକ୍ତ ବ୍ୟକ୍ତିଙ୍କୁ ଗାଡି ଫେରାଇବାକୁ ଯାଇଥିଲେ। ସେତେବେଳକୁ ସନ୍ଧ୍ୟା ହୋଇଯାଇଥିଲା ା ବିଳମ୍ବିତ ରାତି ପର୍ଯ୍ୟନ୍ତ ଡବର ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ସକାଳେ ତାଙ୍କୁ କେହି ହତ୍ୟା କରି ରାସ୍ତାରେ ପକାଇ ଦେଇଥିବା ଦେଖିବାକୁ ମିଳିଥିଲା। ଏନେଇ ପୋଲିସକୁ ତୁରନ୍ତ ଅବଗତ କରାଯାଇଥିଲା ା ପୋଲିସ ତଦନ୍ତ ଜାରି ରହିଛି। ଉକ୍ତ ସ୍କୁଟରକୁ ନେଇ ଗଣ୍ଡଗୋଳ ହୋଇଥିବା ଏବଂ ହତ୍ୟାକାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରି ଘଟଣାର ତଦନ୍ତ କରୁଥିବା ଜଣାପଡିଛି। ଡବରଙ୍କ ସ୍ତ୍ରୀଙ୍କ ଏତଲାକୁ ଭିତ୍ତି କରି ଦୈତାରୀ ଥାନାରେ ୩୦୨ ଦଫାରେ ଏକ ହତ୍ୟା ମାମଲା (ନଂ. ୮୦/୨୦୧୯) ରୁଜୁ ହୋଇଛି ା
ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…
ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…
ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍
ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…
କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…
କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…
ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…
୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…
ଭୟଙ୍କର ଭୂସ୍ଖଳନ: ହଠାତ୍ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା
ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍ ମାଟି ଓ…
ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା
ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍ ତଥା…
ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି
ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

