Posted inଖେଳ

ପଦକ ନିଶ୍ଚିତ କଲେ ପଙ୍ଘାଲ, କୌଶିକ

ଏକଟେରିନବର୍ଗ, ୧୮।୯ (ପି.ଟି.): ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଅମିତ୍‌ ପଙ୍ଘାଲ (୫୨ କିଗ୍ରା) ଓ ମନୀଷ କୌଶିକ (୬୩ କିଗ୍ରା) ଏଠାରେ ଚାଲିଥିବା ବକ୍ସିଂ ବିଶ୍ୱ ଚାମ୍ପିୟନଶିପ୍‌ର ସେମିଫାଇନାଲରେ ପ୍ରବେଶ କରିବା ସହ ଦେଶପାଇଁ ୨ ପଦକ ନିଶ୍ଚିତ କରିଛନ୍ତି। ବୁଧବାର ଅନୁଷ୍ଠିତ ପୁରୁଷ ୫୨ କିଗ୍ରା ବର୍ଗର କ୍ୱାର୍ଟର ଫାଇନାଲ ମୁକାବିଲାରେ ଦ୍ୱିତୀୟ ସିଡ୍‌ ଅମିତ୍‌ ୪-୧ରେ ଫିଲିପାଇନ୍ସର କାର୍ଲୋ ପାଲାମଙ୍କୁ ପରାସ୍ତ କରିଥିଲେ। ସେହିଭଳି ୬୩ କିଗ୍ରା ବର୍ଗରେ କୌଶିକ ୫-୦ରେ ବ୍ରାଜିଲର ଓ୍ବାଣ୍‌ଡରସନ ଡି ଓଲିଭରିଆଙ୍କୁ ହରାଇ ସେମିଫାଇନାଲରେ ସ୍ଥାନ ପକ୍କା କରିଛନ୍ତି। ଏଥିସହ ବକ୍ସିଂର ଏହି ସର୍ବୋଚ୍ଚ ପ୍ରତିଯୋଗିତାରେ ଅମିତ୍‌ ଓ କୌଶିକ ପ୍ରଥମଥର ଲାଗି ପଦକ ଜିତିବା ଏକପ୍ରକାର ନିଶ୍ଚିତ କରିଛନ୍ତି। ତେବେ ପୂର୍ବତନ ସ୍ବର୍ଣ୍ଣ ପଦକ ବିଜେତା ସଞ୍ଜୀତ୍‌ ୯୧ କିଗ୍ରା ବର୍ଗର ସେମିଫାଇନାଲରେ ୧-୪ ଏକ୍ୟୁଏଡର ବକ୍ସର ଜୁଲିଓ କାଷ୍ଟିଲୋଙ୍କ ନିକଟରୁ ହାରି ଯାଇଛନ୍ତି। ଏହି ସଂସ୍କରଣ ପୂର୍ବରୁ ବକ୍ସିଂ ବିଶ୍ୱ ଚାମ୍ପିୟନଶିପ୍‌ର ଗୋଟିଏ ସଂସ୍କରଣରେ ଭାରତ କେବେ ମଧ୍ୟ ଗୋଟିଏରୁ ଅଧିକ ବ୍ରୋଞ୍ଜ ପଦକ ଜିତିପାରି ନାହିଁ। ମୋଟ୍‌ ଉପରେ ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତ ଆଜି ପର୍ଯ୍ୟନ୍ତ ୪ ବ୍ରୋଞ୍ଜ ପଦକ ଜିତିପାରିଛି। ୨୦୦୯ରେ ବିଜେନ୍ଦର ସିଂ, ୨୦୧୧ରେ ବିକାଶ କ୍ରିଷ୍ଣା, ୨୦୧୫ରେ ଶିବ ଥାପ୍ପା ଓ ୨୦୧୭ରେ ଗୌରବ ବିଧୁରୀ ଭାରତ ପାଇଁ ଏହି ପଦକ ସଫଳତା ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri