Posted inଖେଳ

ପଦକ ବିଜେତା ରେସଲର୍‌ଙ୍କୁ କ୍ରୀଡ଼ାମନ୍ତ୍ରୀଙ୍କ ଆର୍ଥିକ ସହାୟତା

ନୂଆଦିଲ୍ଲୀ, ୨୪।୯ (ପି.ଟି.)- କାଜାଖସ୍ତାନର ନୁର୍‌-ସୁଲତାନଠାରେ ନିକଟରେ ଶେଷ ହୋଇଥିବା ବିଶ୍ୱ ରେସଲିଂ ଚାମ୍ପିୟନଶିପ୍‌ରେ ଭାରତ ଗୋଟିଏ ରୌପ୍ୟ ଓ ୪ ବ୍ରୋଞ୍ଜ ସହ ମୋଟ୍‌ ୫ ପଦକ ଜିତିଥିଲା। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତର ଏହା ସର୍ବକାଳୀନ ଶ୍ରେଷ୍ଠ ପ୍ରଦର୍ଶନ ଥିଲା। ପଦକ ଜିତିଥିବା ସଫଳ ଭାରତୀୟ କୁସ୍ତିଯୋଦ୍ଧାଙ୍କୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ସମ୍ମାନିତ କରିବା ସହିତ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ପୂର୍ବରୁ ଭାରତ ୨୦୧୩ ସଂସ୍କରଣରେ ଗୋଟିଏ ରୌପ୍ୟ ଓ ୨ ବ୍ରୋଞ୍ଜ ସହ ମୋଟ୍‌ ୩ ପଦକ ଜିତିଥିଲା।
ସଂସ୍କରଣର ପୁରୁଷ ୮୬ କିଗ୍ରା ବିଭାଗରେ ରୌପ୍ୟ ପଦକ ଜିତିଥିବା ଦୀପକ ପୁନିଆଙ୍କୁ ଏହି ଅବସରରେ ୭ ଲକ୍ଷ ଟଙ୍କାର ଏକ ଚେକ୍‌ ପ୍ରଦାନ କରାଯାଇଥିଲା। ସେହିଭଳି ବ୍ରୋଞ୍ଜ ପଦକ ଜିତିଥିବା ୪ ରେସଲର୍‌ ବଜରଙ୍ଗ ପୁନିଆ (ପୁରୁଷ ୬୫ କିଗ୍ରା ଫି-ଷ୍ଟାଇଲ୍‌), ଭିନେଶ ଫୋଗତ୍‌ (ମହିଳା ୫୩ କିଗ୍ରା), ରାହୁଲ ଆଓ୍ବାରେ (ପୁରୁଷ ୬୧ କିଗ୍ରା) ଓ ରବି ଦାହିୟା (ପୁରୁଷ ୫୭ କିଗ୍ରା)ପ୍ରତ୍ୟେକଙ୍କୁ ୪ ଲକ୍ଷ ଟଙ୍କାର ଚେକ୍‌ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ପାଞ୍ଚ ପଦକ ବିଜେତାଙ୍କ ମଧ୍ୟରୁ ଦୀପକ, ବଜରଙ୍ଗ, ଭିନେଶ ଓ ରବି ୨୦୨୦ ଟୋକିଓ ଅଲିମ୍ପିକ୍ସକୁ ଯୋଗ୍ୟତା ହାସଲ କରିଛନ୍ତି। କିନ୍ତୁ ପୁରୁଷ ୬୧ କିଗ୍ରା ବିଭାଗ ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟରେ ଅନ୍ତର୍ଗୁକ୍ତ ନ ଥିବାରୁ ରାହୁଲ ପଦକ ଜିତିବା ସତ୍ତ୍ୱେ ଟୋକିଓ ଟିକେଟ୍‌ରୁ ବଞ୍ଚତ୍ତ ହୋଇଛନ୍ତି। ସେହିଭଳି ପ୍ରଥମଥର ପାଇଁ ଭାରତର ୪ ପ୍ରତିଯୋଗୀ ବିଶ୍ୱ ଚାମ୍ପିୟନଶିପ୍‌ ମାଧ୍ୟମରେ ଅଲିମ୍ପିକକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଅଲିମ୍ପିକ୍ସରେ ରେସଲିଂର ମୋଟ୍‌ ୧୮ ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହେବ। ୨୦୨୦ ମାର୍ଚ୍ଚରେ ଏସିଆନ ରେସଲିଂ ଚାମ୍ପିୟନଶିପ୍‌ ଓ ଏପ୍ରିଲରେ ବିଶ୍ୱ ଯୋଗ୍ୟତା ପର୍ଯ୍ୟାୟ ମାଧ୍ୟମରେ ମଧ୍ୟ ଅଲିମ୍ପିକ୍ସକୁ ପ୍ରବେଶ କରିବାର ସୁଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ…

ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

Video: ଦୁଇ ପତ୍ନୀଙ୍କ କଳହ ମଧ୍ୟରେ ବେହୋସ ହେଲେ ଫୁଟବଲ ପ୍ରଶିକ୍ଷକ, ଚେତା ଫେରିବା ପରେ ପ୍ରଥମ ପତ୍ନୀଙ୍କ ସହ କଲେ ଏମିତି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୯।୮: ପ୍ରାୟତଃ, ଦୁଇଜଣଙ୍କ ମଧ୍ୟରେ ବିବାଦର ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତି କ୍ରସଫାୟାରରେ ଫସି ଯାଆନ୍ତି; କିନ୍ତୁ, ଯେତେବେଳେ ବିବାଦ ଜଣେ ପୁରୁଷଙ୍କ ଦୁଇ ସ୍ତ୍ରୀଙ୍କ…

କ୍ୟାମେରା ବୁଲିବା ମାତ୍ରେ ଖୋଲିଗଲା ଗମ୍ଭୀରଙ୍କ ‘ମାଷ୍ଟରପ୍ଲାନ’ର ରହସ୍ୟ! ଭାଇରାଲ ଭିଡିଓରେ ଦେଖାଗଲା…

ନୂଆଦିଲ୍ଲୀ, ୧୯।୮: ଗଲରେ ଲ୍ର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟି…

ବିଶ୍ୱରେକର୍ଡ କଲେ ରିଷଭ ପନ୍ତ: ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଭାବେ କଲେ ଏମିତି କାରନାମା

ଗାଲେ, ୧୯ା୮(ପିଟି):ଭାରତର ବିସ୍ଫୋରକ ଉଇକେଟ୍‌କିପର-ବ୍ୟାଟର ରିଷଭ ପନ୍ତ ପ୍ରଥମ ଭାରତୀୟ ଓ ବିଶ୍ୱର ଚତୁର୍ଥ ବ୍ୟାଟର ଭାବେ ଟେଷ୍ଟ କ୍ରିକେଟରେ ୧୦୦ ଛକା ପୂରଣ କରିଛନ୍ତି। ଶ୍ରୀଲଙ୍କା…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri