Posted inଖେଳ

ପଦବୀ ଉଚ୍ଛେଦ କରିବ ଆଇଟା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-କ୍ରୀଡ଼ା ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ସର୍ବଭାରତୀୟ ଟେନିସ ଆସୋସିଏଶନ (ଆଇଟା) କେତୋଟି ପଦବୀ ଉଚ୍ଛେଦ କରିବାକୁ ରାଜି ହୋଇଛି। ଏହି ଅବେଅତନିକ ପଦବୀଗୁଡ଼ିକ ହେଲା ଆଜୀବନ ସଭାପତି, ଆଜୀବନ ଉପସଭାପତି ଓ ଆଜୀବନ କନସେଲର। ଏହି ପଦବୀଗୁଡ଼ିକ ନ୍ୟାଶନାଲ ସ୍ପୋଟର୍‌ସ କୋଡ୍‌ର ଉଲ୍ଲଂଘନ କରୁଛି। ଏହି ନିଷ୍ପତ୍ତି ଦ୍ୱାରା ସିନିୟର କ୍ରୀଡ଼ା ପ୍ରଶାସକ ଅନିଲ ଖାନ୍ନା ଓ ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ଯଶବନ୍ତ ସିହ୍ନା ପ୍ରମୁଖ ଫେଡେରେଶନର ଆଜୀବନ ସଭାପତି ପଦବୀ ହରାଇବେ। ମନ୍ତ୍ରଣାଳୟର ନିର୍ଦ୍ଦେଶ ଦ୍ୱାରା ପୂର୍ବତନ ଡେଭିସ୍‌ କପ୍‌ ଅଧିନାୟକ ଜୟଦୀପ ମୁଖାର୍ଜୀ ଓ ନରେଶ କୁମାରଙ୍କ ସମେତ ୮ଜଣ ବ୍ୟକ୍ତି ଉପସଭାପତି ପଦବୀ ହରାଇବେ। ଅନ୍ୟ ୬ଜଣ ଆଜୀବନ ଉପସଭାପତି ପଦବୀ ହରାଇବେ। ସେମାନେ ହେଲେ ଡି.ଭି ଭାଟିଆ, ଘନଶ୍ୟାମ ପଟେଲ, ନରେନ୍ଦ୍ର କୁମାର, ନଟଓ୍ବର ସିଂ, ବଲିଉଡ ଅଭିନେତାରୁ ରାଜନେତା ବନିଥିବା ଶତ୍ରୁଘ୍ନ ସିହ୍ନା ଓ ୟୁସୁଫ୍‌ ହମିଦ। ଟି.ଡି. ଫ୍ରାନ୍ସିସ୍‌ ଆଜୀବନ କାଉନ୍‌ସିଲର ପଦବୀରେ ରହିଛନ୍ତି। ମନ୍ତ୍ରଣାଳୟ ପକ୍ଷରୁ ଗତ ମାର୍ଚ୍ଚ ୧୬ରେ ଆଇଟା ନିକଟକୁ ଚିଠି ପଠାଯାଇଥିଲା। ଏଭଳି ପଦବୀ ସୃଷ୍ଟି କରିବା ନ୍ୟାଶନାଲ ସ୍ପୋଟର୍‌ସ ଡେଭଲପମେଣ୍ଟ କୋଡ୍‌ ଅଫ୍‌ ଇଣ୍ଡିଆ (ଏନ୍‌ଏସ୍‌ଡିସିଆଇ)-୨୦୧୧ର ନିୟମ ବାହାରେ ଏଥିରେ ଉଲ୍ଲେଖ କରିଥିଲା। ନିର୍ଦ୍ଦେଶକୁ ୬ ସପ୍ତାହ ଳମଧ୍ୟରେ କାର୍ଯ୍ୟକାରୀ କରିବାକୁ କୁହାଯାଇଛି। କ୍ରୀଡ଼ା ମନ୍ତ୍ରଣାଳୟର ନିର୍ଦ୍ଦେଶକୁ ସେମାନେ କାର୍ଯ୍ୟକାରୀ କରିବା ଲାଗି ନୀତିଗତ ନିଷ୍ପତ୍ତି ନେଇଥିବା ଆଇଟା ସିଇଓ ଆଖୋରି ବିଶ୍ୱଦୀପ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri