Posted inଜାତୀୟ

ପଦୋନ୍ନତି ପ୍ରସ୍ତାବକୁ କେନ୍ଦ୍ରର ମୋହର: ସୁପ୍ରିମକୋର୍ଟରେ ନିଯୁକ୍ତି ପାଇବେ ୪ ବିଚାରପତି

ନୂଆଦିଲ୍ଲୀ,୨୩ା୫: ସୁପ୍ରିମକୋର୍ଟ ବିଚାରପତି ନିଯୁକ୍ତି ନେଇ ପୁଣି ୪ ଜଣଙ୍କ ନାମକୁ ସରକାର ବୁଧବାର ମୋହର ମାରିଛନ୍ତି। ଏହି ନିଯୁକ୍ତି ପରେ ସୁପ୍ରିମକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୩୧ରେ ପହଞ୍ଚିବ। ଏବେ ୨୭ ବିଚାରପତି ସର୍ବୋଚ୍ଚ ଅଦାଲତରେ କାର୍ଯ୍ୟରତ ଅଛନ୍ତି। ଯେଉଁ ୪ ଜଣ ବିଚାରପତିଙ୍କ ନାମକୁ ମୋହର ମରାଯାଇଛି, ସେମାନେ ହେଲେ ବିଚାରପତି ଅନିରୁଦ୍ଧ ବୋଷ, ଏ.ଏସ୍‌. ବୋପାନ୍ନା, ବି.ଆର୍‌. ଗଭାଇ ଓ ସୂର୍ଯ୍ୟକାନ୍ତ। ବିଚାରପତି ବୋଷ୍‌ ଓ ବୋପାନ୍ନାଙ୍କ ନାମକୁ ସରକାର ପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ୍‌କୁ ଫେରାଇ ଦେଇଥିଲେ। ପରେ କଲେଜିୟମ୍‌ ସେମାନଙ୍କ ନାମରେ ପୁନଃ ମୋହର ମାରିଥିଲେ। ଏଥିସହ ବିଚାରପତି ବି.ଆର୍‌. ଗଭାଇ ଓ ସୂର୍ଯ୍ୟକାନ୍ତଙ୍କ ନାମକୁ ମଧ୍ୟ କଲେଜିୟମ୍‌ ସ୍ବୀକୃତି ପ୍ରଦାନ କରିଥିଲେ। ରାଷ୍ଟ୍ରପତିଙ୍କ ମୋହର ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ବିଚାରପତି ବୋଷ ଏବେ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବାବେଳେ ବିଚାରପତି ବୋପାନ୍ନା ଗୁଆହାଟୀ ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି। ବିଚାରପତି ଗଭାଇ ବମ୍ବେ ହାଇକୋର୍ଟର ବିଚାରପତି ଥିବାବେଳେ ବିଚାରପତି ସୂର୍ଯ୍ୟକାନ୍ତ ହିମାଚଳ ପ୍ରଦେଶର ମୁଖ୍ୟ ବିଚାରପତିଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri