Posted inଜାତୀୟ

ପଦୋନ୍ନତି ପ୍ରସ୍ତାବକୁ କେନ୍ଦ୍ରର ମୋହର: ସୁପ୍ରିମକୋର୍ଟରେ ନିଯୁକ୍ତି ପାଇବେ ୪ ବିଚାରପତି

ନୂଆଦିଲ୍ଲୀ,୨୩ା୫: ସୁପ୍ରିମକୋର୍ଟ ବିଚାରପତି ନିଯୁକ୍ତି ନେଇ ପୁଣି ୪ ଜଣଙ୍କ ନାମକୁ ସରକାର ବୁଧବାର ମୋହର ମାରିଛନ୍ତି। ଏହି ନିଯୁକ୍ତି ପରେ ସୁପ୍ରିମକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୩୧ରେ ପହଞ୍ଚିବ। ଏବେ ୨୭ ବିଚାରପତି ସର୍ବୋଚ୍ଚ ଅଦାଲତରେ କାର୍ଯ୍ୟରତ ଅଛନ୍ତି। ଯେଉଁ ୪ ଜଣ ବିଚାରପତିଙ୍କ ନାମକୁ ମୋହର ମରାଯାଇଛି, ସେମାନେ ହେଲେ ବିଚାରପତି ଅନିରୁଦ୍ଧ ବୋଷ, ଏ.ଏସ୍‌. ବୋପାନ୍ନା, ବି.ଆର୍‌. ଗଭାଇ ଓ ସୂର୍ଯ୍ୟକାନ୍ତ। ବିଚାରପତି ବୋଷ୍‌ ଓ ବୋପାନ୍ନାଙ୍କ ନାମକୁ ସରକାର ପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ୍‌କୁ ଫେରାଇ ଦେଇଥିଲେ। ପରେ କଲେଜିୟମ୍‌ ସେମାନଙ୍କ ନାମରେ ପୁନଃ ମୋହର ମାରିଥିଲେ। ଏଥିସହ ବିଚାରପତି ବି.ଆର୍‌. ଗଭାଇ ଓ ସୂର୍ଯ୍ୟକାନ୍ତଙ୍କ ନାମକୁ ମଧ୍ୟ କଲେଜିୟମ୍‌ ସ୍ବୀକୃତି ପ୍ରଦାନ କରିଥିଲେ। ରାଷ୍ଟ୍ରପତିଙ୍କ ମୋହର ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ବିଚାରପତି ବୋଷ ଏବେ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବାବେଳେ ବିଚାରପତି ବୋପାନ୍ନା ଗୁଆହାଟୀ ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି। ବିଚାରପତି ଗଭାଇ ବମ୍ବେ ହାଇକୋର୍ଟର ବିଚାରପତି ଥିବାବେଳେ ବିଚାରପତି ସୂର୍ଯ୍ୟକାନ୍ତ ହିମାଚଳ ପ୍ରଦେଶର ମୁଖ୍ୟ ବିଚାରପତିଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri