Posted inରାଜ୍ୟ

ପଦୋନ୍ନତି ସମ୍ପର୍କିତ ତ୍ରୁଟି ସଂଶୋଧିତ: ଉପକୃତ ହେବେ ୧୫୪ ୟୁଆର୍‌, ୨୭ ଏସ୍‌ସି, ୪୦ ଏସ୍‌ଟି କର୍ମଚାରୀ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସଂଖ୍ୟାଧିକ ଉପବିଭାଗ ଅଧିକାରୀ(ଏସ୍‌ଓ)ଙ୍କର ଡେସ୍କ ଅଫିସର(ଡିଓ) ପଦବୀକୁ ପଦୋନ୍ନତି ହେବ। ଏ ସମ୍ପର୍କିତ ଏକ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ପଦୋନ୍ନତି ନେଇ ଦେଖାଦେଇଥିବା କେତେକ ତ୍ରୁଟି ଇତି ମଧ୍ୟରେ ସଂଶୋଧନ କରାଯାଇଥିବା ଜଣାପଡିଛି। ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ହସ୍ତକ୍ଷେପ ପରେ ଗୃହ ବିଭାଗ ଆବଶ୍ୟକ ସଂଶୋଧନକୁ ଅନୁମୋଦନ କରିଛିି। ଏହି ସଂଶୋଧିତ ଏବଂ ତ୍ରୁଟିମୁକ୍ତ ସୁପାରିସ କାର୍ଯ୍ୟକାରୀ ହେଲେ ୧୫୪ ସାଧାରଣବର୍ଗ(ୟୁଆର), ୨୭ ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ୪୦ ଅନୁସୂଚିତ ଜନଜାତି(ଏସ୍‌ଟି) ବର୍ଗର କର୍ମଚାରୀ ଚଳିତ ବର୍ଷ ଶେଷସୁଦ୍ଧା ପଦୋନ୍ନତି ପାଇବେ।

ଉଲ୍ଲେଖଯୋଗ୍ୟ, ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ଅଧ୍ୟକ୍ଷତାରେ ବସିଥିବା ବିଭାଗୀୟ ପଦୋନ୍ନତି କମିଟି(ଡିପିସି) ବୈଠକରେ ଏସ୍‌ସି ବର୍ଗର ଏସ୍‌ଓଙ୍କର ଅଣସଂରକ୍ଷିତ ପଦବୀ ବିପକ୍ଷରେ ଡେସ୍କ ଅଫିସର ପଦବୀକୁ ପଦୋନ୍ନତି ପାଇଁ ସୁପାରିସ କରାଯାଇଥିଲା। ହେଲେ ଏହା ପୂର୍ବରୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଦିଆଯାଇଥିବା ଏକ ରାୟର ବିରୁଦ୍ଧାଚରଣ କରୁଥିଲା। ଏହାକୁ ନେଇ କର୍ମଚାରୀଙ୍କ ମହଲରେ ଅସନ୍ତୋଷ ସୃଷ୍ଟି ହୋଇଥିଲା। ବିଶେଷକରି ସାଧାରଣ ବର୍ଗର କର୍ମଚାରୀ ଏ ନେଇ ସଚିବଙ୍କୁ ଭେଟି ପଦୋନ୍ନତି ସମ୍ପର୍କିତ ନଥିପତ୍ର ଯାଞ୍ଚ କରିବା ସହ ନିଷ୍ପତ୍ତିର ପୁନର୍ବିଚାର ପାଇଁ କହିଥିଲେ। ଏହା ପରେ ସୁପାରିସ କରାଯାଇଥିବା ପ୍ରସ୍ତାବ ତ୍ରୁଟିପୂର୍ଣ୍ଣ ବୋଲି ଜଣାଯାଇଥିଲା। ତେଣୁ ଗୃହ ସଚିବଙ୍କ ଦ୍ୱାରା ଉକ୍ତ ତ୍ରୁଟିର ସଂଶୋଧନ କରାଯାଇଛି। ଡିପିସି ବୈଠକ ବେଳେ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା କରାଯାଇଥିଲା। ଏପରି କି ଶୁକ୍ରବାର ଏବଂ ଶନିବାର ସଚିବାଳୟ ପରିସରରେ କେତେଜଣ ପୋଲିସ ଅଧିକାରୀଙ୍କୁ ମୁତୟନ କରାଯାଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri