ପଦ୍ମପୁରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିସର ୭୨ ଘଣ୍ଟା କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା

କେନ୍ଦୁଝର,୨୦ା୬(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଲକ୍ଷ୍ମୀନାରାୟଣ ଉଚ୍ଚ ବିଦ୍ୟାଳୟ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ଶନିବାର ଜଣେ ୩୮ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କ ଘର କାଉଁରକଳା ପଞ୍ଚାୟତ ବଉଳମାଳ ଗ୍ରାମରେ ବୋଲି ଜଣାପଡ଼ିଛି।
ଏହି ବ୍ୟକ୍ତି ଜଣକ ମହାରାଷ୍ଟ୍ରରେ କାମ କରୁଥିଲେ। କରୋନା ପ୍ରଭାବରେ ଲକ୍‌ଡାଉନ୍‌ ଯୋଗୁ ଗାଡ଼ି ବନ୍ଦ ହୋଇ ଯାଇଥିବାରୁ ସେଠାରେ ଫସି ରହିଥିଲେ। କୋହଳ ହେବା ପରେ ଟ୍ରେନ ଯୋଗେ ଭୁବନେଶର ପହଞ୍ଚିଥିଲେ। ସେଠାରୁ ପ୍ରାଇଭେଟ ବସ୍‌ ଯୋଗେ ୧୪.୬.୨୦ରେ ପଦ୍ମପୁର କ୍ବାରାଣ୍ଟାଇନ୍‌ ସେଣ୍ଟରରେ ଆସି ପହଞ୍ଚିଥିଲେ। ତାଙ୍କୁ ସେଠାରେ ରଖାଯାଇଥିଲା। ୧୭ ତାରିଖରେ ତାଙ୍କର ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ୧୨ ଦିନ ରହିଲା ପରେ ଶନିବାର ତାଙ୍କର ରିପୋର୍ଟ ପଜିଟିଭ୍‌ ଆସିଥିଲା। ଆକ୍ରାନ୍ତଙ୍କଠାରେ ପୂର୍ବରୁ ଥଣ୍ତା କାଶ ଲାଗି ରହିଥିଲା। ଆଜି ପଦ୍ମପୁର ଲକ୍ଷ୍ମୀନାରାୟଣ ଉଚ୍ଚ ବିଦ୍ୟାଳୟ କ୍ବାରାଣ୍ଟାଇନରେ ସେଣ୍ଟରରେ ମେଡିକାଲ ଟିମ୍‌ ପହଞ୍ଚି ତାଙ୍କୁ କେନ୍ଦୁଝର ରାଙ୍କି କୋଭିଡ୍‌ ହସ୍ପିଟାଲ ପଠାଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ପଦ୍ମପୁର ଅଞ୍ଚଳରେ କରୋନା ରୋଗୀ ଚିହ୍ନଟ ନେଇ ଲୋକମାନଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏନେଇ ସରପଞ୍ଚ ରାଜେନ୍ଦ୍ର ହାଁସଦା ମହାମାରୀ କରୋନା ସତର୍କ ହେବାକୁ ସଦର ପୋଲିସର ସହାୟତା ମାଗିଥିଲେ। ଫଳରେ ପୋଲିସ କାରାଣ୍ଟାଇନ୍‌ ସେଣ୍ଟର ପରିସରକୁ ଶୁକ୍ରବାରଠାରୁ ସୋମବାର ପର୍ଯ୍ୟନ୍ତ ୭୨ ଘଣ୍ଟା କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିବା ପାଇଁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri