ପଦ୍ମାବତୀ ପାଇଲେ ରାଜ୍ୟପାଳ ଟ୍ରଫି

କେନ୍ଦୁଝର,୩୦।୧୧( ସ୍ବ.ପ୍ର./ଡି.ଏନ.ଏ.)- ଭୁବନେଶ୍ୱର ଯାତ୍ରୀ ନିବାସଠାରେ ୨୦୧୭ – ୧୮ ବର୍ଷ ପାଇଁ ‘ପ୍ରତିଭା ଅନ୍ବେଷଣ’ କାର୍ଯ୍ୟକ୍ରମରେ ରାଜ୍ୟପାଳ ଟ୍ରଫି ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତାରେ ବିଭିନ୍ନ ଜିଲାର ୨୦୦ ପ୍ରତିଯୋଗୀ ଭାଗ ନେଇଥିଲେ । ୨୮ ତାରିଖରେ ରବୀନ୍ଦ୍ର ମଣ୍ଡପଠାରେ କୃତୀ ଛାତ୍ରୀଛାତ୍ରଙ୍କୁ ରାଜ୍ୟପାଳ ଟ୍ରଫି ପ୍ରଦାନ କରାଯାଇଥିଲା। ଏଥିରେ କେନ୍ଦୁଝରର ପଦ୍ମାବତୀ ମହାନ୍ତ ଓଡ଼ିଶୀ ନୃତ୍ୟ ବରିଷ୍ଠ ବିଭାଗରେ ରାଜ୍ୟରେ ତୃତୀୟ ସ୍ଥାନ ଅଧିକାର କରି ରାଜ୍ୟପାଳ ଟ୍ରଫି ପାଇଥିଲେ। ସେ ଏବେ ବଡ଼ବିଲ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ନବମ ଶ୍ରେଣୀରେ ଅଧ୍ୟୟନ କରୁଛନ୍ତି। ନୃତ୍ୟଗୁରୁ ଦୀପକ କରଙ୍କଠାରୁ ସେ ନୃତ୍ୟଶିକ୍ଷା ଗ୍ରହଣ କରୁଥିଲେ। ତାଙ୍କ ଘର କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତ ତିଆଡିପଶି ଗ୍ରାମରେ। ପଦ୍ମାବତୀଙ୍କ ସଫଳତାରେ ତାଙ୍କ ପିତା ହେମନ୍ତ ମହାନ୍ତ, ମାତା ଲକ୍ଷ୍ମୀ ମହାନ୍ତଙ୍କ ସମେତ ପରିବାରବର୍ଗ ଖୁସିବ୍ୟକ୍ତ କରିଛନ୍ତି। ଅଞ୍ଚଳବାସୀଙ୍କ ପକ୍ଷରୁ ତାଙ୍କୁ ମଧ୍ୟ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?