ପଦ୍ମେଶ୍ବର ଶୈବପୀଠରେ ଶୀତଳଷଷ୍ଠୀ ଉତ୍ସବ

କେନ୍ଦୁଝର,୨୭ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ବିଭିନ୍ନ ଶୈବ ପୀଠରେ ଶୀତଳ ଷଷ୍ଠୀ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଶିବଙ୍କ ପୂଜା ଆରାଧନା କରିବା ସହ ଶିବ ଓ ପାର୍ବତୀଙ୍କ ବିବାହ କରାଯାଇଛି। କରୋନା କଟକଣା ପାଇଁ ନିଆରା ଭାବରେ ଓ ସାମାଜିକ ଦୂରତ୍ୱ ବଜୟୀ ରଖି ଏହି ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଛି। ଏହି ଅବସରରେ ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ପଦ୍ମପୁର ପଦ୍ମେଶ୍ବର ଶିବ ମନ୍ଦିର କମିଟି ଆନୁକୂଲ୍ୟରେ ବୁଧବାର ଶୀତଳଷଷ୍ଠୀ ଓ ଶିବ ବିବାହ ଅନୁଷ୍ଠିତ ହୋଇଥିଲା। ଉତ୍ସବରେ ବରର ପିତା ମାତା ଭାବେ ଜନ୍ମେଜୟ ସାହୁ, ସୁକୁମାରୀ ସାହୁ ଏବଂ କନ୍ୟା ଘର ପିତାମାତା ଶୁକଦେବ ସାହୁ, ମୀନା ସାହୁ ଦାୟିତ୍ୱ ନିର୍ବାହ କରିଥିଲେ। ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ବିବାହ କାର୍ଯ୍ୟ ଆରମ୍ଭ ହୋଇ ୧୧ଟା ୩୦ମିନିଟ ସମୟରେ ସମ୍ପନ୍ନ ହୋଇଥିଲା। ମନ୍ଦିର କମିଟି ଏବଂ କନ୍ୟାଘର ପକ୍ଷରୁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ଏଥିରେ ସଞ୍ଜୀବ ସାହୁ, ଧନେଶ୍ବର ସାହୁ, ମିଟୁ ସାହୁ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri