Posted inଖେଳ

ପପୁଆ ନ୍ୟୁ ଗିନିକୁ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା

ଦୁବାଇ,୨୮।୧୦- ଆଗାମୀ ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ପୁରୁଷ ଟି୨୦ ବିଶ୍ୱକପ୍‌ ପାଇଁ ପପୁଆ ନ୍ୟୁ ଗିନି (ପିଏନ୍‌ଜି) ଯୋଗ୍ୟତା ଅର୍ଜନ କରିଛି। ରବିବାର ଖେଳାଯାଇଥିବା ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ପିଏନ୍‌ଜି ୪୫ ରନ୍‌ରେ କେନିୟାକୁ ହରାଇ ଦେଇଛି। ଆଉ ଏକ ମ୍ୟାଚ୍‌ରେ ନେଦରଲାଣ୍ଡ ସ୍କଟଲାଣ୍ଡଠାରୁ ପରାସ୍ତ ହେବାରୁ ପିଏନ୍‌ଜି ଯେକୌଣସି ଫର୍ମାଟରେ ପ୍ରଥମ ଥର ପାଇଁ କ୍ରିକେଟ ବିଶ୍ୱକପ୍‌ ଖେଳିବା ନିଶ୍ଚିତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ପିଏନ୍‌ଜି ଏକଦା ୪ ଓଭରରେ ୬ ଉଇକେଟ ହରାଇ ୧୯ ରନ୍‌ କରିଥିଲା। ନର୍ମାନ ଭାନୁଆ (୫୪)ଙ୍କ ଅର୍ଦ୍ଧଶତକୀୟ ଇନିଂସ ଯୋଗୁ ପିଏନ୍‌ଜି ଦଳ ୧୯.୩ ଓଭରରେ ୧୧୮ ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। କେନିୟା ପାଇଁ ଇମାନୁଏଲ ବୁନ୍‌ଡି ସର୍ବାଧିକ ୪ ଉଇକେଟ ନେଇଥିଲେ। ସେହିଭଳି ଲୁକାସ ଓଲୁଚ ଓ କଲିନ୍ସ ଓବୁୟା ୨ ଲେଖାଏ ଉଇକେଟ ହାସଲ କରିଥିଲେ। ୧୧୯ ରନ୍‌ର ବିଜୟଲକ୍ଷ୍ୟ ନେଇ ଓହ୍ଲାଇଥିବା କେନିୟା ମାତ୍ର ୭୩ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। କେବଳ ଇର୍ଫାନ କାରିମ (୨୯), ଆମାନ ଗାନ୍ଧୀ (୧୪) ଓ କଲିନ୍ସ (୧୦)ଙ୍କ ବ୍ୟତୀତ କୌଣସି ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ସ୍କୋର ଛୁଇଁ ପାରି ନ ଥିଲେ। ବିଜୟୀ ଦଳ ଲାଗି ନୋସିନା ପୋକାନା ୩, ନର୍ମାନ ଭାନୁଆ ୨ ଓ ଡାମିନ ରାବୁ ୨ କରି ଉଇକେଟ ପାଇଥିଲେ। ପିଏନ୍‌ଜି ମ୍ୟାଚ୍‌ ଜିତିବା ପରେ ଦଳର ପ୍ରତ୍ୟେକ ଖେଳାଳି ଷ୍ଟାଡିୟମ୍‌ରେ ଉପସ୍ଥିତ ରହି ନେଦରଲାଣ୍ଡ-ସ୍କଟଲାଣ୍ଡ ମ୍ୟାଚ୍‌ ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri