Posted inଜାତୀୟ

ପରପାରିରେ ଶିଲା ଦୀକ୍ଷିତ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଶନିବାର ଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି। ଅସ୍ବାଭାବିକ ହୃଦ୍‌ସ୍ପନ୍ଦନ ଯୋଗୁ ତାଙ୍କୁ ଦିଲ୍ଲୀସ୍ଥିତ ଫୋର୍ଟିସ୍‌ ଏସକର୍ଟସ୍‌ ହାର୍ଟ ଇନଷ୍ଟୁଚ୍ୟୁଟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଅପରାହ୍ନ ୩ଟା ୧୫ରେ ତାଙ୍କର ଏକ ଷ୍ଟ୍ରୋକ୍‌ ହେବା ସହ ୩ଟା ୫୫ରେ ପରଲୋକ ହୋଇଥିଲା ବୋଲି ଫୋର୍ଟିସ୍‌ ଏସକର୍ଟସ୍‌ ହାର୍ଟ ଇନଷ୍ଟୁଚ୍ୟୁଟର ନିର୍ଦ୍ଦେଶକ ଡା. ଅଶୋକ ସେଠ ପ୍ରକାଶ କରିଛନ୍ତି। ସେ ଦିଲ୍ଲୀ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିବା ବେଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ସର୍ବାଧିକ ୧୫ ବର୍ଷ କାଳ ଶାସନ କ୍ଷମତା ହାତେଇଥିଲେ। ୨୦୧୪ରେ ୫ ମାସପାଇଁ ସେ କେରଳର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri