ପରଲୋକରେ ନିତ୍ୟାନନ୍ଦ ଶତପଥୀ

ଭୁବନେଶ୍ୱର,୪।୬: (ବ୍ୟୁରୋ):ବିଶିଷ୍ଟ ସାହିତି୍ୟକ, ପ୍ରାବନ୍ଧିକ ଏବଂ ସମାଲୋଚକ ନିତ୍ୟାନନ୍ଦ ଶତପଥୀ ଆଉ ନାହାନ୍ତି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ବୁଧବାର ପୂର୍ବାହ୍ନ ୯ଟା ୧୫ରେ ତାଙ୍କର ପରଲୋକ ଘଟିଛି। ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ଚିକିତ୍ସିତ ହେଉଥିଲେ। ସର୍ଜନାତ୍ମକ ଓ ଆଧୁନିକ ସାହିତ୍ୟ ସମାଲୋଚନା କ୍ଷେତ୍ରରେ ବିଶେଷ ଖ୍ୟାତି ଅର୍ଜନ କରିଥିବା ଶତପଥୀ ଆଧୁନିକ ଓଡ଼ିଆ କବିତାର ପ୍ରଚାର, ପ୍ରସାର କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଥିବାବେଳେ ସାହିତି୍ୟକ, ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କ ଧର୍ମପତ୍ନୀ ତଥା ସୁସାହିତି୍ୟକା ପ୍ରତିଭା ଶତପଥୀ ଏବଂ ଝିଅ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ବିଜେତା ପାରମିତା ଶତପଥୀଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।
୧୯୩୭ ଅକ୍ଟୋବର ୨୫ ତାରିଖରେ ଜଗତ୍‌ସିଂହପୁର ଜିଲାର ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗାରେଇ ଶାସନଠାରେ ଜନ୍ମଗ୍ରହଣ କରିଥିଲେ। ୧୯୬୦ରେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକ ଏବଂ ୧୯୬୨ରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ। ୧୯୭୬ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି ଲାଭ କରିଥିଲେ। ୧୯୬୯ରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ବିଭାଗରେ ଅଧ୍ୟାପନା ଆରମ୍ଭ କରିଥିବା ପ୍ରଫେସର ଶତପଥୀ ପରବର୍ତ୍ତୀ ସମୟରେ ସେଠାରେ ପ୍ରତିଷ୍ଠା କରାଯାଇଥିବା ସତ୍ୟବାଦୀ ଚେୟାରର ପ୍ରଫେସର ଭାବେ ଦାୟିତ୍ୱ ନିର୍ବାହ କରି ଅବସର ଗ୍ରହଣ କରିଥିଲେ। ୧୯୬୨ରୁ ୧୯୬୯ ପର୍ଯ୍ୟନ୍ତ ରେଭେନ୍ସା ମହାବିଦ୍ୟାଳୟରେ ଏବଂ ୧୯୭୬ରୁ ୧୯୯୨ ପର୍ଯ୍ୟନ୍ତ ଉତ୍କଳ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗରେ ଅଧ୍ୟାପନା କରିଥିଲେ। ଗୋପବନ୍ଧୁଙ୍କ ପୂର୍ଣ୍ଣାଙ୍ଗ ଜୀବନୀ ପୁସ୍ତକ ‘ହେ ସାଥୀ, ହେ ସାରଥୀ’ ଥିଲା ତାଙ୍କ ରଚିତ ପ୍ରଥମ ପୁସ୍ତକ। ଏହାପୂର୍ବରୁ ଧର୍ମ ପତ୍ନୀ ପ୍ରତିଭାଙ୍କ ସହ ମିଳିତ ଭାବରେ ‘ଆମ କବିତା’ ନାମକ ଏକ କବିତା ପୁସ୍ତକ ଲେଖିଥିଲେ। ଏହା ପରଠାରୁ ନିତ୍ୟାନନ୍ଦ ନିରବଚ୍ଛିନ୍ନ ଭାବରେ ସାହିତ୍ୟ ସାଧନାରେ ନିମଗ୍ନ ଥିଲେ। ଓଡ଼ିଆ ଭାଷାରେ ସମାଲୋଚନାମୂଳକ ଲେଖାର ଅଭାବକୁ ହୃଦୟଙ୍ଗମ କରି ନିତ୍ୟାନନ୍ଦ ସମାଲୋଚନା ଲେଖିବା ଆରମ୍ଭ କରିଥିଲେ। ୧୯୨୦ ପରବର୍ତ୍ତୀ ଆଧୁନିକ ଓଡ଼ିଆ କବିତା ଚର୍ଚ୍ଚା କ୍ଷେତ୍ରରେ ତାଙ୍କ ରଚିତ ‘ସବୁଜରୁ ସାମ୍ପ୍ରତିକ’ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ଥିଲା। ତାଙ୍କର ଉଲ୍ଲେଖନୀୟ କୃତି ମଧ୍ୟରେ ‘କବିତା ଯୁଗେ ଯୁଗେ’, ‘ପ୍ରମୁଖ କବି କତିପୟ’, ‘କାବ୍ୟ ପ୍ରକରଣ’, ‘ସାରଳାରୁ ସମ୍ପ୍ରତି’ ଓ ‘ସତୁରିରୁ ସହସ୍ରାବ୍ଦୀ’ ଅନ୍ୟତମ। ସେ ବହୁ ସାରସ୍ବତ ଓ ସାମାଜିକ ଅନୁଷ୍ଠାନ ସହିତ ଜଡିତ ଥିଲେ। ସେ ମଧ୍ୟରୁ ପୂଜ୍ୟପୂଜା ସଂସଦ, ଶାରଳା ପୁରସ୍କାର, ସାମ୍ପ୍ରତିକ, ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ଅନ୍ୟତମ ଥିଲା। ‘ଇସ୍ତାହାର’ ନାମରେ ତ୍ରୈମାସିକ ସର୍ଜନାତ୍ମକ ଓ ଆଧୁନିକ ସାହିତ୍ୟ ସମାଲୋଚନା ପତ୍ରିକା ପ୍ରକାଶନ ଥିଲା ପ୍ରଫେସର ଶତପଥୀଙ୍କ ବଳିଷ୍ଠ କୃତିତ୍ୱ। ସାହିତ୍ୟ କ୍ଷେତ୍ରରେ ଅନବଦ୍ୟ କୃତି ପାଇଁ ସେ ଅନେକ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହେବା ସହ ସମ୍ମାନଜନକ ‘ବିଷୁବ ପୁରସ୍କାର’ରେ ସମ୍ମାନିତ ହୋଇଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ, ଉତ୍କଳ ସମ୍ମିଳନୀ ସହ ବିଭିନ୍ନ ସାମାଜିକ ଏବଂ ସାଂସ୍କୃତିକ ସଂଗଠନ ପକ୍ଷରୁ ଶତପଥୀଙ୍କ ବିୟୋଗରେ ଶୋକପ୍ରକାଶ କରାଯାଇଛି। ପାରମିତା, ମଧୁବ୍ରତା, ଅସିତା ଓ ଈପ୍‌ସିତା ନାମରେ ତାଙ୍କର ଚାରି ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri