ପରଲୋକରେ ଶ୍ରୀ ଗଣେଷ ଫେମ୍‌ ଅଭିନେତା ଜଗେଶ ମୁକାତି

ମୁମ୍ବାଇ,୧୧।୬: ଟେଲି କଳାକାର ତଥା ଶ୍ରୀ ଗଣେଷ ଫେମ୍‌ ଅଭିନେତା ଜଗେଶ ମୁକାତିଙ୍କ ନିଧନ ହୋଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ ୩-୪ ଦିନ ହେବ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ବୁଧବାର ତାଙ୍କର ମୃତ୍ୟୁ ହୋଇଛି। ତାଙ୍କର ଅଚାନକ ମୃତ୍ୟୁରେ ପୁରା ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଜଗେଶଙ୍କ ମୃତ୍ୟୁକୁ ନେଇ ତାରକ ମେହେତାର ଉଲଟା ଚଷମା ଫେମ୍‌ ଅଭିନେତ୍ରୀ ଅମ୍ବିକା ରଞ୍ଜନକର ସୋସିଆଲ ମିଡିଆରେ ଶୋକ ପ୍ରକାଶ କରିଛନ୍ତି।

ଜଗେଶଙ୍କ ସହ ନିଜର ଏକ ଫଟୋକୁ ସୋସିଆଲ ମିଡିଆରେ ଶେୟାର କରି ଅମ୍ବିକା ଭାବପ୍ରବଣ ଏକ ମେସେଜ ଲେଖିଥିବା ଦେଖିବାକୁ ମିଳିଛି। ପୂର୍ବରୁ ଜଗେଶ ଓ ଅମ୍ବିକା ଏକାସାଙ୍ଗେ କାମ କରିସାରିଛନ୍ତି। ସୂଚନାଯୋଗ୍ୟ, ଟିଭି ଶୋ ସହ ଜଗେଶ ଫିଲ୍ମ ଇଣ୍ଡଷ୍ଟ୍ରିରେ ମଧ୍ୟ କାମ କରିଛନ୍ତି। ଏଥିସହ ଗୁଜୁରାଟ ଥିଏଟରରେ ମଧ୍ୟ କାମ କରି ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ଅମିତା କା ଅମିତ, ଶ୍ରୀ ଗଣେଷ ଭଳି ଶୋରୁ ତାଙ୍କୁ ଏକ ନୂଆ ପରିଚୟ ମିଳିଥିଲା। ଏଥିରେ ଜଗେଶଙ୍କ ଅଭିନୟକୁ ପ୍ରଶଂସକ ବେଶ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri