ପରଲୋକରେ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ: ରାଷ୍ଟ୍ରୀୟ ସମ୍ମାନ ସହ ଜନ୍ମସ୍ଥାନରେ ହେବ ଶେଷକୃତ୍ୟ

ଭୁବନେଶ୍ୱର (ବ୍ୟୁରୋ)/ ନିମାପଡ଼ା(ଡି.ଏନ୍‌.ଏ),୧୫।୫: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଗାନ୍ଧିବାଦୀ ନେତା ଭବାନୀ ଚରଣ ପଟ୍ଟନାୟକଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି। ତାଙ୍କୁ ୯୯ବର୍ଷ ହୋଇଥିଲା। ଗତ ଦୁଇମାସ ତଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ପରେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଗୁରୁବାର ହଠାତ୍‌ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ସନ୍ଧ୍ୟାରେ କ୍ୟାପିଟାଲ ହସ୍ପିଟାଲକୁ ଆମ୍ବୁଲାନ୍ସ ଯୋଗେ ନିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ସେଠାରେ ସଙ୍ଗେ ସଙ୍ଗେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ କିଛି ସମୟ ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ୨ ପୁଅ, ବୋହୂ, ନାତୁଣୀ ଓ ବନ୍ଧୁ ପରିଜନଙ୍କ ସହ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଉପସ୍ଥିତ ଥିଲେ।
୧୯୨୨ ମସିହା ମେ’ ୧୧ ତାରିଖରେ ପୁରୀ ଜିଲା ନିମାପଡ଼ା ବ୍ଲକ୍‌ ଅନ୍ତର୍ଗତ ଅଣ୍ଢିଆ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ଭବାନୀ ଚରଣ ପଟ୍ଟନାୟକ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ୧୯୪୨ରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗ ଦେଇଥିଲେ। ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ସେ ୩ ଥର ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜଣେ ଅନ୍ତରଙ୍ଗ ସହଯୋଗୀ ଭାବେ ସେ କାର୍ଯ୍ୟ କରିଥିଲେ। ବିଜୁ ପଟ୍ଟନାୟକଙ୍କ ଦ୍ୱାରା ପ୍ରତିଷ୍ଠିତ କଳିଙ୍ଗ ଟ୍ରଷ୍ଟର ସଭାପତି ଭାବେ ଦାୟିତ୍ୱ ତୁଲାଇବା ସହ ରାଜ୍ୟର ବହୁ ସାଂସ୍କୃତିକ, ସାମାଜିକ ଓ ସ୍ବେଚ୍ଛାସେବୀ ସଂଗଠନ ସହିତ ଜଡ଼ିତ ଥିଲେ। ଶେଷ ନିଃଶ୍ୱାସ ଥିବା ପର୍ଯ୍ୟନ୍ତ ସେ ସାମାଜିକ ଜନଜୀବନ ସହ ନିଜକୁ ସମ୍ପୃକ୍ତ ରଖିଥିଲେ। ନିମାପଡ଼ା କଲେଜ, ସରସ୍ବତୀ ଶିଶୁମନ୍ଦିର ସମେତ ବହୁ ଅନୁଷ୍ଠାନର ପ୍ରତିଷ୍ଠାତା ଥିଲେ। ଏପରିକି ଗତ ୧୧ ତାରିଖରେ ନିଜ ୯୯ତମ ଜନ୍ମଦିବସରେ ଏସ୍‌ସିବି ମେଡିକାଲ କଲେଜକୁ ଶରୀର ଦାନ କରିବେ ବୋଲି ମଧ୍ୟ ଘୋଷଣା କରିଥିଲେ। ସ୍ବାଧୀନତା ସଂଗ୍ରାମ ଏବଂ ଜନସେବା କ୍ଷେତ୍ରରେ ଅବଦାନ ଲାଗି କେନ୍ଦ୍ର ସରକାର ୨୦୧୮ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ। ତାଙ୍କ ଦେହାନ୍ତ ହେବା ଖବର ପାଇ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଛି। ପଟ୍ଟନାୟକଙ୍କ ମରଶରୀରକୁ ହସ୍ପିଟାଲ୍‌ରୁ ରାଜମହଲଛକସ୍ଥିତ ଅଶୋକନଗର ବାସଭବନକୁ ଅଣାଯିବା ପରେ ସେଠାରେ ବନ୍ଧୁ, ପରିଜନ, ରାଜନେତା, ମନ୍ତ୍ରୀ ଏବଂ ସାଧାରଣ ଲୋକେ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୃତ୍ୟୁ ଖବର ପାଇବା ପରେ ଜନ୍ମମାଟି ନିମାପଡ଼ା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଶରୀର ଦାନ କରିବାକୁ ଘୋଷଣା କରିଥିଲେ। ହେଲେ ବର୍ତ୍ତମାନ କୋଭିଡ୍‌-୧୯ ଯୋଗୁ ଶରୀର ଦାନ ହୋଇପାରିବ ନାହିଁ ବୋଲି ଏସ୍‌ସିବି ପକ୍ଷରୁ ମନା କରାଯାଇଥିବା ମନ୍ତ୍ରୀ ଦାଶ ସୂଚନା ଦେଇଛନ୍ତି। ଶୁକ୍ରବାର ରାଷ୍ଟ୍ରୀୟ ସମ୍ମାନ ସହ ତାଙ୍କ ଜନ୍ମସ୍ଥାନ ନିମାପଡ଼ାଠାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri