ପରାଜୟର ମାନସ ମନ୍ଥନ କଲା ଗଞ୍ଜାମ କଂଗ୍ରେସ

ବ୍ରହ୍ମପୁର ଅଫିସ,୨୪ା୬-ସାଧାରଣ ନିର୍ବାଚନର ଅଢ଼େଇ ମାସ ଓ ଫଳାଫଳ ଘୋଷଣାର ମାସେ ପୂରିବା ଦିନ ରବିବାର ଦଳର ଶୋଚନୀୟ ପରାଜୟ ନେଇ ମାନସ ମନ୍ଥନ କରିଛି ଗଞ୍ଜାମ ଜିଲା କଂଗ୍ରେସ। ଅତୀତରେ କଂଗ୍ରେସର ଦୁର୍ଗ ରୂପେ ଚିହ୍ନଟ ହୋଇଥିବା ଏହି ଜିଲାରେ ଦଳର ବିପର୍ଯ୍ୟୟ ଘଟିଛି। ୧୨ ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୧୧ ଜଣ ଅମାନତ ହରାଇଛନ୍ତି। ସେହିପରି ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଏବଂ ଆସିକା ସଂସଦୀୟ କ୍ଷେତ୍ରରେ ଲଢ଼ିଥିବା କଂଗ୍ରେସ ସମର୍ଥିତ ସିପିଆଇ ପ୍ରାର୍ଥୀ ମଧ୍ୟ ଅମାନତ ରଖିବାରେ ସକ୍ଷମ ହୋଇ ନ ଥିଲେ। କେବଳ ସାନଖେମୁଣ୍ଡି ଆସନର କଂଗ୍ରେସ ପ୍ରାର୍ଥୀ ରମେଶ ଜେନା ନିର୍ବାଚିତ ହୋଇଛନ୍ତି।
ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ନିଷ୍ପତ୍ତି ଓ ନିର୍ଦ୍ଦେଶରେ ରବିବାର ଭୁବନେଶ୍ୱରରୁ ବ୍ରହ୍ମପୁର ଆସିଥିଲେ ୬ ଜଣିଆ ଟିମ। ଏହାର ନେତୃତ୍ୱ ନେଇଥିଲେ କଟକ ବିଧାୟକ ମହମ୍ମଦ ମୁକିମ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ସମେତ ଶୁଭେନ୍ଦୁ ମହାନ୍ତି, ମହିଳା କଂଗ୍ରେସ ନେତ୍ରୀ ବବିତା ପରିଡ଼ା, ବିଶ୍ୱଜିତ ଦାସ ପ୍ରମୁଖ ସାମିଲ ହୋଇଥିଲେ। ଜିଲା କଂଗ୍ରେସ କାର୍ଯ୍ୟାଳୟ ବାପୁଜୀ ଆଶ୍ରମରେ ପରାଜୟର କାରଣ ନେଇ ହୋଇଥିଲା ସମୀକ୍ଷା। ଜିଲା କଂଗ୍ରେସ ସଭାପତି ତ୍ରିନାଥ ବେହେରା, କାର୍ଯ୍ୟକାରୀ ସଭାପତି ପୀତବାସ ପଣ୍ଡାଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ ପିସିସି ଟିମ୍‌। ଦଳର ସଂଗଠନକୁ ଦୁର୍ବଳ କରି ଦେଇ ନିର୍ବାଚନର ବର୍ଷକ ପୂର୍ବରୁ ଦଳ ଛାଡିଥିବା ବିଶ୍ୱାସଘାତକ ଓ ଅର୍ଥ ଅଭାବ ପରାଜୟର ମୁଖ୍ୟ କାରଣ ହୋଇଥିବା ଜିଲା କର୍ମକର୍ତ୍ତା ସଫେଇ ଦେଇଥିଲେ। ଟିକେଟ ବଣ୍ଟନରେ ତ୍ରୁଟି ଆଉ ଏକ କାରଣ ହୋଇଥିବା କୁହାଯାଇଥିଲା।
ପୌର ନିର୍ବାଚନ ନିକଟତର ହୋଇଥିବାରୁ ଗଞ୍ଜାମ ଜିଲାରେ ତୃଣମୂଳ ସ୍ତରରୁ ଦଳର ସଂଗଠନକୁ ମଜଭୁତ କରିବା ପାଇଁ ପିସିସି ଟିମ ଗୁରୁତ୍ୱ ଦେଇଥିଲେ। ଦଳ ବିରୋଧୀଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଏଣିକି ଜୋନସ୍ତରରେ ସଂଗଠନକୁ ସଜାଡ଼ିବା, ଧର୍ମକୁ ନେଇ ରାଜନୀତି କରୁଥିବା, ସାମନ୍ତବାଦ ଓ ପୁଞ୍ଜିବାଦର ବିଲୋପ ଘଟାଇ ଧର୍ମ ନିରପେକ୍ଷ ବଜାୟ ରଖିବା ପାଇଁ କଂଗ୍ରେସ ଏକମାତ୍ର ଦଳ ହୋଇଥିବାରୁ ସେ ସମ୍ପର୍କରେ କର୍ମୀମାନେ ବ୍ୟାପକ ଜନ ସଚେତନତା ସୃଷ୍ଟି କରିବା ପାଇଁ ପିସିସି ଟିମ୍‌ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri