Posted inଭଦ୍ରକ

ପରାମର୍ଶ ଶିବିରରେ ୫୫୬ ନିଯୁକ୍ତି ଆଶାୟୀ

ବନ୍ତ, ୧୪।୮ (ଡି.ଏନ.ଏ.): ବନ୍ତ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ଦୀନଦୟାଲ ଗ୍ରାମୀଣ କୌଶଳ ଯୋଜନା ଆନୁକୂଲ୍ୟରେ ବ୍ଲକସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ପଞ୍ଜୀକରଣ, ସହାୟତା ସମେତ ମୋଟ ୧୫ଟି ଷ୍ଟଲ ହୋଇଥିଲା। ୧୨ଟି ଟ୍ରେଡ୍‌ ପାଇଁ ମୋଟ ୫୫୬ ଜଣ ନିଯୁକ୍ତି ଆଶାୟୀ ଯୁବତୀ ଯୁବକ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ୨୭୭ ଜଣଙ୍କୁ ଚୟନ କରାଯାଇଥିବା ବେଳେ ଆସନ୍ତା ସୋମବାରଠାରୁ ସେମାନଙ୍କୁ ତାଲିମ ପ୍ରଦାନ କରାଯିବ ବୋଲି ଜଣାଯାଇଛି।
ବ୍ଲକ ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ଜେନା ଶିବିରକୁ ଉଦ୍‌ଘାଟନ କରିଥିଲେ। ବିଡିଓ ରେବେକା ବିଲୁଙ୍ଗଙ୍କ ଅଧ୍ୟକ୍ଷତାରେ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଭଦ୍ରକ ଡିଆର୍‌ଡିଏର ଏପିଡି(ଦକ୍ଷତା) ରୂପାଲି ମହାପାତ୍ର, ଓଡ଼ିଶା ଜୀବିକା ମିଶନ ଜିଲା ପ୍ରକଳ୍ପ ପରିଚାଳକ ସଞ୍ଜୟ ବାରିକ, ଡିଆର୍‌ଡିଏ ଜିଲା ସଂଯୋଜକ(ଦକ୍ଷତା) ପ୍ରିୟଦର୍ଶନ ଜେନା, ଜିପିଓ ନିଶିକାନ୍ତ ଖୁଣ୍ଟିଆ, ବ୍ଲକ ଜୀବିକା ମିଶନ ସଂଯୋଜିକା ବନଜା ବାରିକ, ସସ୍ମିତା ସାହୁ, ଦକ୍ଷତା ବିକାଶ ସଂଯୋଜିକା ସ୍ମିତା ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇଥିଲେ। ଗ୍ରାମାଞ୍ଚଳର ଯୁବତୀ ଯୁବକଙ୍କୁ ଦକ୍ଷତା ବିକାଶ ତାଲିମ ଦ୍ୱାରା ଅଧିକ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ ସରକାର ଏହି ଯୋଜନା କାର୍ଯ୍ୟକାରୀ କରିଥିବା ସମ୍ପର୍କରେ ସେମାନେ ଆଲୋକପାତ କରିଥିଲେ। ଶିବିରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ବ୍ଲକ ପ୍ରକଳ୍ପ ପରିଚାଳିକା ସସ୍ମିତା ଦାସ। ରଶ୍ମିତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ବିଭିନ୍ନ ନିଯୁକ୍ତି ସଂସ୍ଥାର ରମାକାନ୍ତ ମହାନ୍ତି, ସତ୍ୟରଞ୍ଜନ ମିଶ୍ର, ରଶ୍ମିରଞ୍ଜନ ମହାରଣା, ସୁକାନ୍ତ ସାହୁଙ୍କ ସମେତ ୧୨ ପିଆଇଏ(ପ୍ରୋଜେକ୍ଟ ଇପ୍ଲିମେଣ୍ଟେସନ ଏଜେନ୍ସି) ଯୋଗଦେଇ ବିଭିନ୍ନ ଟ୍ରେଡ୍‌ ସମ୍ପର୍କରେ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri