ପରିଚ୍ଛନ୍ନ ରୁହ , ସ୍ବଚ୍ଛତା ବଜାୟ ରଖ

ଢେଙ୍କାନାଳ ଅଫିସ, ୮।୩ – କରୋନା ଚିନ୍ତାରେ ସାରା ବିଶ୍ୱ। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଦିନକୁ ଦିନ ଏହି ରୋଗ ମହାମାରୀ ରୂପ ଧାରଣ କରିବାରେ ଲାଗିଛି। ଓଡ଼ିଶା ମଧ୍ୟ କରୋନା ଛନକାରୁ ବାଦ୍‌ ପଡ଼ିନି। ଏହାକୁ ନେଇ ରାଜ୍ୟ ସରକାର ମାର୍ଗଦର୍ଶିକା ଜାରି କରିଛନ୍ତି। ଏଥିସହ ଜିଲା ପ୍ରଶାସନକୁ ସମସ୍ତ ପରିସ୍ଥିତିର ମୁକାବିଲା କରିବା ଲାଗି ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଶନିବାର ଅପରାହ୍ନରେ ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଟାସ୍କଫୋର୍ସ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ପରିଷ୍କାର ପରିଚ୍ଛନ୍ନ ରହିବା, ଆବଶ୍ୟକତା ଅନୁଯାୟୀ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା, ଯଥାସମ୍ଭବ ଥଣ୍ଡା ପରିବେଶରୁ ଦୂରେଇ ରହିବାକୁ ଜିଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଆସବାବପତ୍ରକୁ ଜୀବାଣୁ ନାଶକରେ ବିଶୋଧନ କରିବା, ଆମିଷ ବଜାର, ଜନଗହଳିପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ଥଣ୍ଡା ହେଲେ ମାସ୍କ ବ୍ୟବହାର କରିବା, ଥଣ୍ଡାର ଲକ୍ଷଣ ନ ଥିଲେ ମାସ୍କ ବ୍ୟବହାର ନ କରିବା, ଶରୀରକୁ ଯଥାସମ୍ଭବ ଗରମ ରଖିବାକୁ ଜିଲାପାଳ ଗୁରୁତ୍ୱ ଦେଇଛନ୍ତି। ସେହିପରି ଅଙ୍ଗନଓ୍ବାଡି କେନ୍ଦ୍ର, ଛାତ୍ରାବାସରେ ସ୍ବଚ୍ଛତା ବଜାୟ ରଖିବା ଦିଗରେ ଯତ୍ନବାନ ହେବାକୁ ସେ ପରାମର୍ଶ ଦେଇଛନ୍ତି।
ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର ଆଲୋଚନାରେ ଭାଗନେଇ କହିଲେ, କରୋନା ଭୂତାଣୁ ସଂକ୍ରମିତ ରୋଗୀଙ୍କୁ ତ୍ୱରିତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଜିଲା ଚିକିତ୍ସାଳୟରେ ୨ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର ପ୍ରକୋଷ୍ଠ ସଂରକ୍ଷିତ ରହିଛି। ଜିଲାର ସମସ୍ତ ଚିକିତ୍ସାଳୟରେ ସ୍ବତନ୍ତ୍ର ପ୍ରକୋଷ୍ଠ ଖୋଲାଯିବ। ଶିଶୁମାନେ ଥଣ୍ଡାରେ ଶୀଘ୍ର ଆକ୍ରାନ୍ତ ହୋଇଥାନ୍ତି। ଏଥିପ୍ରତି ଅଭାଭାବକ ଯତ୍ନବାନ ହେବା ଜରୁରୀ। ଥଣ୍ଡା, ଜ୍ୱର, କାଶ, ଛିଙ୍କ ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କୁ ପରାମର୍ଶ କରିବାକୁ ସିଡିଏମ୍‌ଓ ଆହ୍ବାନ ଦେଇଛନ୍ତି। ସେହିପରି ପୋଷ୍ଟର, ବ୍ୟାନରଏବଂ ଗଣମାଧ୍ୟମ ସହାୟତାରେ ବିଭିନ୍ନ ସ୍ଥାନରେ ଜନସଚେତନମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ। କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିରୋଧ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ଟାସ୍କଫୋର୍ସ କମିଟି ଗଠିତ ହୋଇଛି। ଏଥିରେ ଏସ୍‌ପି, ପିଡି ଡିଆରଡିଏ, ଜିଲା ସମାଜ ମଙ୍ଗଳ ଅଧିକାରୀ, ଶିକ୍ଷା ଅଧିକାରୀ, ମଙ୍ଗଳ ଅଧିକାରୀ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଏବଂ ସିଡିଏମ୍‌ଓ ସଦସ୍ୟ ରହିଥିବା ସୂଚନା ଦିଆଯାଇଥିଲା।
ବୈଠକରେ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ଡିଏସ୍‌ପି ନାଗାର୍ଜୁନ ପ୍ରଧାନ, ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି, ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ର, ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା, ଏଡିଏମ୍‌ଓ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଯୋଜନା ଓ ସମନ୍ବୟ ବିଭାଗ ଉପନିର୍ଦ୍ଦେଶକ ସରୋଜ କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri