ପରିଣତ ବୟସରେ ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୨।୭- ନାଁ ତାଙ୍କର କୁଲରନ୍‌ ନାୟକ। ବରଗଡ଼ ଜିଲା ବରପାଲି ଏନଏସି ଅଧିନ ୱାର୍ଡ଼ ନଂ-୩ରେ ସେ ବର୍ତ୍ତମାନ ରହୁଛନ୍ତି । ପରିଣତ ବୟସରେ ସେ ଉପନୀତ। ତାଙ୍କୁ ୭୦ବର୍ଷ ବୟସ ଟପିଲାଣି। ଆହା କିମ୍ବା ସାହା କରିବାକୁ ତାଙ୍କ କୌଣସି ଆତ୍ମୀୟ ନାହାନ୍ତି । ସେ ଅବିବାହିତ ଏବଂ ଏବେ ଅସହାୟ ଜୀବନ ବିତାଉଛନ୍ତି। କିଏ କେତେବେଳେ ଖାଇବାକୁ ମୁଠାଏ ଦେଲେ ତାହା ତାଙ୍କର ଆହାର ପାଲଟୁଛି, ନଚେତ୍‌ ଅନେକ ସମୟରେ ଅର୍ଦ୍ଧାହାର କିମ୍ବା ଅନାହାରରେ ରହୁଥିବା କୁଲରନ୍‌ କହନ୍ତି । ସେହିପରି ରହିବା ପାଇଁ ଘରଟିଏ ମଧ୍ୟ ତାଙ୍କର ନାହିଁ। ଯେତେବେଳେ ଯେଉଁଠି ଆଶ୍ରୟସ୍ଥଳୀଟିଏ ମିଳିଲା, ସେଠାରେ ସେ ଜୀବନ ଅତିବାହିତ କରୁଛନ୍ତି । ଏଭଳିଭାବେ ଜୀବନଯାପନ କରୁଥିବା ଯୋଗୁ କୁଲରନ୍‌ ଅସୁସ୍ଥ ହୋଇ ପଡ଼ିଛନ୍ତି । ପକ୍ଷଘାତରେ ଆକ୍ରାନ୍ତ ଥିବା ଯୋଗୁ ସେ ଠିକ୍‌ଭାବେ କଥାବାର୍ତ୍ତା ମଧ୍ୟ କହି ପାରୁ ନାହାନ୍ତି । ବରପାଲି ଡାକ୍ତରଖାନାକୁ ଅନେକଥର ଚିକିତ୍ସା ପାଇଁ ସେ ଗଲେଣି, ମାତ୍ର ଏପର୍ଯ୍ୟନ୍ତ ଆରୋଗ୍ୟ ଲାଭ କରି ପାରି ନଥିବା କହନ୍ତି କୁଲରନ୍‌ । ଫଳରେ ତାଙ୍କ ଚିକିତ୍ସା ସହାୟତା ସମେତ ରହିବା, ଖାଇବା ପାଇଁ ବ୍ୟବସ୍ଥା କରିଦେବା ଆଶାରେ ସୋମବାର କୁଲରନ୍‌ ବରଗଡ଼ ଜିଲାପାଳ ଅଫିସ ଆସିଥିଲେ । ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଭେଟି ଏଥିରେ ତାଙ୍କୁ ସହାୟତା କରିବା ପାଇଁ ସେ ଗୁହାରୀ ମଧ୍ୟ କରିଛନ୍ତି । ସେ ଛୋଟ ଥିବାବେଳେ ବାପା ଜୟରାମ ଓ ମା ଛଅଣ୍ଡିଙ୍କ ଦେହାନ୍ତ ହୋଇଗଲା । ସେହିପରି ତାଙ୍କ ଅନ୍ୟଜଣେ ଭାଇ ଓ ଭଉଣୀ ଥିଲେ । ମାତ୍ର ସେମାନେ ମଧ୍ୟ ଆଉ ନାହାନ୍ତି । ଫଳରେ ତାଙ୍କୁ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ କୁଲରନ ଜିଲାପାଳଙ୍କୁ ନିବେଦନ କରିଛନ୍ତି । ମାସିକ ୫୦୦ ଟଙ୍କା ବାର୍ଦ୍ଧକ୍ୟ ଭତ୍ତା ବ୍ୟତୀତ ଆଉ କିଛି ସରକାରୀ ସହାୟତା ତାଙ୍କୁ ମିଳୁ ନଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri