ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ପାରଳାଖେମୁଣ୍ଡି,୨୨।୪ (ସ୍ବ.ପ୍ର.)-  ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଐତିହାସିକ ସୀତାସାଗର ପୋଖରୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିଛି। ଏହାର କୂଳ ଏବେ ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳୀ ପାଲଟିଛି, ଯେଉଁ ସୀତାସାଗର ପୋଖରୀ ଦିନେ ପାରଳାଖେମୁଣ୍ଡି ସହରର ଐତିହ୍ୟ ଥିଲା। ସହର ଉପକଣ୍ଠସ୍ଥ ଜମିଗୁଡିକ ଜଳସେଚନ ପାଇଁ ଥିଲା ଏକ ବୃହତ୍‌ ମାଧ୍ୟମ, ତାହା ଏବେ ପରିତ୍ୟକ୍ତ ହୋଇପଡିଛି। ଏହା ସହରର ନିଚ୍ଛାଟିଆ ଅଞ୍ଚଳ ହୋଇଥିବାରୁ ସନ୍ଧ୍ୟାରେ ଲୋକଙ୍କ ଯାତାୟାତ କମିଯାଏ। ଏହାର ସୁଯୋଗ ଅସାମାଜିକ ଲୋକମାନେ ନେଇଥାନ୍ତି। ସେମାନେ ସାଗର ପୋଖରୀ ପାହାଚରେ ବସି ମଦ୍ୟପାନ କରନ୍ତି। ଏହାର ପୁନରୁଦ୍ଧାର ପାଇଁ ବାରମ୍ବାର ଦାବି ହେଉଥିଲେ ମଧ୍ୟ ପ୍ରଶାସନ କୌଣସି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହେଉଛି।  ସୀତାସାଗରର ପୁନରୁଦ୍ଧାର ନ ହେବାରୁ ଏହା ଅଳିଆ,ଆବର୍ଜନା ଏବଂ ମାଟିରେ  ଚାରିକଡରୁ ପୋତି ହୋଇ ଧୀରେ ଧୀରେ ସଙ୍କୁଚିତ ହେବାରେ ଲାଗିଛି। ମହାରାଜାଙ୍କ ଅମଳର ଏହି ପୁରାତନ ପୋଖରୀ ପାରଳାଖେମୁଣ୍ଡି ସହରର ବହୁ ଐତିହ୍ୟ ବହନ କରୁଛି। ଗତ ୨୦୦୭ରେ ସାଗରର ସଫେଇ କାର୍ଯ୍ୟ ହେବା ପରେ ୨୦୧୨ ପର୍ଯ୍ୟନ୍ତ ଏହା କିଛିଟା କାର୍ଯ୍ୟକ୍ଷମ ହେଉଥିଲା। ପାରଳାଖେମୁଣ୍ଡିସ୍ଥିତ ମତ୍ସଜୀବୀ ସମବାୟ ସମିତି ପ୍ରତି ବର୍ଷ ନିୟମ ଅନୁଯାୟୀ ଏହାକୁ ଲିଜ୍‌ ନେଉଛି। ମାତ୍ର ଏହି ପୋଖରୀରୁ କୌଣସି ମାଛ ଉପତ୍ାଦନ ହୋଇପାରୁ ନାହିଁ କି ପୋଖରୀ ସ୍ଥାନୀୟ ଅଞ୍ଚଳରେ କୌଣସି କାର୍ଯ୍ୟରେ ଆସିପାରୁନାହିଁ । ମତ୍ସଜୀବୀମାନେ ଏ ସମ୍ପର୍କରେ ସ୍ଥାନୀୟ ପ୍ରଶାସନ ଓ ରାଜ୍ୟ ସ୍ତରରେ ଅଭିଯୋାଗ କରିଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ।  ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri