Posted inଖେଳ

ପରିପକ୍ୱ ହୋଇପାରିବେ ନାହିଁ ଆଫ୍ରିଦୀ: ଗମ୍ଭୀର

ନୂଆଦିଲ୍ଲୀ,୨୯।୮: ଜମ୍ମୁ-କଶ୍ମୀର ଭାଇଙ୍କ ନିମନ୍ତେ ପାକିସ୍ତାନ ବାସୀଙ୍କ ସହ ଏକତା ଦେଖାଇବା ପାଇଁ ଲାଇନ ଅଫ୍‌ କଣ୍ଟ୍ରୋଲ (ଏଲ୍‌ଓସି) ଗସ୍ତ କରିବା ପାଇଁ ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦୀ ମନ୍ତବ୍ୟ ଦେଇଥିଲେ। ଏହାକୁ ଆଫ୍ରିଦୀ ଓ ପୂର୍ବତନ ଭାରତୀୟ ଓପନର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ଟୁଇଟରରେ ମୁହଁାମୁହିଁ ହୋଇଛନ୍ତି। ଉକ୍ତ ଟୁଇଟ୍‌ର ଜବାବ ଦେଇ ଗମ୍ଭୀର ଦୁଇ ଜଣଙ୍କ ପଡ଼ିଆରେ ମୁହଁାମୁହିଁ ହେବାବେଳର ଏକ ଫଟୋ ଅପଲୋଡ୍‌ କରି ଲେଖିଛନ୍ତି, ଏହି ଫଟୋରେ ଆଫ୍ରିଦୀ ନିଜକୁ ଲଜ୍ଜିତ କରିବା ପାଇଁ ଆଉ କ’ଣ କରିବା ଉଚିତ ବୋଲି ପ୍ରଶ୍ନ କରୁଛନ୍ତି। ଏହା ପ୍ରମାଣ କରିଦେଲା ଯେ, ଆଫ୍ରିଦୀ କଦାପି ପରିପକ୍ୱ ହୋଇପାରିବେ ନାହିଁ। ମୁଁ ସହାୟତା ପାଇଁ ଅନ୍‌ଲାଇନ କିଣ୍ଡରଗାର୍ଟନ ଅର୍ଡର କରିଛି। ଏହାର ଜବାବ ଦେଇଛନ୍ତି ପୂର୍ବତନ ପାକିସ୍ତାନ ଅଧିନାୟକ। ମାନସିକ ସ୍ଥିତି ସମ୍ପର୍କିତ କୋଚ ପ୍ୟାଡି ଅପଟନ ତାଙ୍କ ଅଟୋବାୟୋଗ୍ରାଫିରେ ଗମ୍ଭୀରଙ୍କ ମାନସିକତା ସ୍ଥିର ନୁହେଁ ଓ ସର୍ବଦା ନେଗେଟିଭ ଚିନ୍ତା କରନ୍ତି ବୋଲି ଲେଖିଥିବା ଆଫ୍ରିଦୀ କମେଣ୍ଟ କରିଛନ୍ତି। ଆଫ୍ରିଦୀ ଓ ଗମ୍ଭୀରଙ୍କ ମଧ୍ୟରେ ପଡ଼ିଆ ଭିତରେ ଓ ବାହାରେ ମଧ୍ୟ ବହୁ ଥର ମୁହଁାମୁହିଁ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri