ପରିବା ବଜାରରେ ରହୁନି ସାମାଜିକ ଦୂରତା, ଗୋଷ୍ଠୀ ସଂକ୍ରମଣକୁ ଆମନ୍ତ୍ରଣ

ଗଞ୍ଜାମ,୧୫ା୬(ଡି.ଏନ୍‌.ଏ.): ମହାମାରୀ କରୋନା କବଳରେ ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ହେବ ଲୋକେ ନିଜର ଜୀବନ ଜୀବିକା ହରାଇ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଏହାର ମୁକାବିଲା ପାଇଁ ସରକାର ବାରମ୍ବାର ଲକ୍‌ଡାଉନ୍‌ ଘୋଷଣା କରିବା ସହ ସାମାଜିକ ଦୂରତା, ମାସ୍କ ବ୍ୟବହାର ବାଧ୍ୟତାମୂଳକ କରାଯାଇଛି । କିନ୍ତୁ ଗଞ୍ଜାମ ସହରରେ ସରକାର ଓ ଜିଲା ପ୍ରଶାସନ ନିୟମକୁ ଲୋକେ ମାନୁ ନ ଥିବା ଦେଖିବାକୁ ମିଳିଛି । ଏନ୍‌ଏସି ପ୍ରଶାସନର ଉଦାସୀନତା ବୋଲି ସହରରେ ଚର୍ଚ୍ଚା ହେଉଛି। ବଡ଼ ବଜାର ଓ ସାନ ବଜାର ଉଠା ପରିବା ବ୍ୟବସାୟୀମାନେ ସାମାଜିକ ଦୂରତା ମାନୁ ନ ଥିବା ବେଳେ ଲୋକେ ଏକାଠି ହୋଇ ପରିବା କିଣୁଛନ୍ତି। କିଛି ବ୍ୟକ୍ତି ମାସ୍କ ନ ପିନ୍ଧି ମଧ୍ୟ ପରିବା କିଣୁଥିବା ଦେଖିବାକୁ ମିଳିଛି। ଫଳରେ ଗୋଷ୍ଠୀ ସଂକ୍ରମଣକୁ ଆମନ୍ତ୍ରଣ କରାଯାଉଥିବା ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି। ଏନେଇ ଏନ୍‌ଏସି କାର୍ଯ୍ୟନିିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରନାହିଁ। ଅନ୍ୟପକ୍ଷରେ ଗଞ୍ଜାମ ଥାନାଧିକାରୀ ଦିଲ୍ଲୀପ କୁମାର ସାହୁଙ୍କୁ ପଚାରିବାରୁ ତଦନ୍ତ କରିବା ସହ ପୋଲିସ ପଠାଇ ତାଗିଦ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri