ପରିବା ବ୍ୟାଗରେ ବୁହା ହେଲା ଯୁକ୍ତ ୨ ଉତ୍ତରଖାତା

ଉଦଳା,୭ା୩(ଡ଼ି.ଏନ୍‌.ଏ.)- ଯୁକ୍ତ ଦୁଇ ପରୀକ୍ଷା ପରିଚାଳନା ନେଇ ଉଚ୍ଚଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା କହୁଥିବା ବେଳେ ପରୀକ୍ଷା କେନ୍ଦ୍ର କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ପରିବା ବ୍ୟାଗରେ ଉତ୍ତରଖାତା ଭର୍ତ୍ତି ହୋଇ ନୋଡାଲ ସେଣ୍ଟରକୁ ଯିବା ଘଟଣା ପଦାକୁ ଆସିଛି। ମୟୂରଭଞ୍ଜ ଜିଲା ଉଦଳା ଇନ୍ଦିରାଗାନ୍ଧୀ ମହିଳା ମହାବିଦ୍ୟାଳୟରେ ଏଭଳି ଘଟଣା ଘଟିଛି। ତେବେ ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ନେଇ କଲେଜ କର୍ତ୍ତୃପକ୍ଷଙ୍କ ଏଭଳି ଦାୟିତ୍ୱହୀନତାକୁ ଅଭିଭାବକମାନେ ନାପସନ୍ଦ କରିଛନ୍ତି।
ସୂଚନା ଅନୁଯାୟୀ, ଶୁକ୍ରବାର ଯୁକ୍ତ ୨ ବିଜ୍ଞାନ ବିଭାଗର ଇଂରାଜୀ ବିଷୟ ପରୀକ୍ଷା ଥିଲା। ଉଦଳା ଇନ୍ଦିରାଗାନ୍ଧୀ ମହିଳା ମହାବିଦ୍ୟାଳୟରେ ୭୧ ଜଣ ଛାତ୍ରୀ ପରୀକ୍ଷା ଦେଇଥିଲେ। ପରୀକ୍ଷା ପରେ କଲେଜ ସୁପରିଟେଣ୍ଡେଣ୍ଟ ଏବଂ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଉତ୍ତର ଖାତା ସିଲ୍‌ ହୋଇଥିଲା। ପରେ ତାହାକୁ ନୋଡାଲ ସେଣ୍ଟର ଉଦଳା କଲେଜକୁ ପଠା ଯାଇଥିଲା। ଖାତାଗୁଡିକ ସେଠାରୁ ସ୍ଥାନୀୟ ପୋଷ୍ଟ ଅଫିସ୍‌ ମାଧ୍ୟମରେ ଉଚ୍ଚଶିକ୍ଷା ବିଭାଗ କାର୍ଯ୍ୟାଳୟକୁ ଯାଇଥିଲା। ପରୀକ୍ଷା ଦେଇଥିବା ଛାତ୍ରୀଙ୍କ ମଧ୍ୟରୁ ୬୯ ଜଣ ଛାତ୍ରୀଙ୍କ ଉତ୍ତର ଖାତା ଉଚ୍ଚଶିକ୍ଷା ବିଭାଗ କାର୍ଯ୍ୟାଳୟକୁ ଯାଇଥିବା ବେଳେ ୨ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତା କଲେଜରେ ରହି ଯାଇଥିଲା। ଏହା ଜଣା ପଡ଼ିବା ପରେ ସୁପରିଟେଣ୍ଡେଣ୍ଟ ଜୟଶ୍ରୀ ଚୌଧୁରୀ ଉଦଳା କଲେଜ ପ୍ରିନ୍ସିପାଲ ଗୋପାଳ ଚନ୍ଦ୍ର ବେହେରାଙ୍କ ସହିତ ଆଲୋଚନା କରିଥିଲେ। ଏ ନେଇ ଡେପୁଟି କଣ୍ଟ୍ରୋଲରଙ୍କ ସହିତ ଆଲୋଚନା କରାଯାଇ ତୁରନ୍ତ ଉକ୍ତ ୨ ଖାତାକୁ ଉଚ୍ଚଶିକ୍ଷା ବିଭାଗ କାର୍ଯ୍ୟାଳୟକୁ ପଠାଇବା ସକାଶେ କୁହାଯାଇଥିଲା। ତେବେ କଣ୍ଟ୍ରୋଲରଙ୍କ ନିର୍ଦ୍ଦେଶ କ୍ରମେ ଏନେଇ ଉଦଳା ପୋଲିସ୍‌କୁ ଖବର ଦିଆଯାଇଥିଲା। ପୋଲିସ୍‌ ହେପାଜତରେ କଲେଜରେ ରହି ଯାଇଥିବା ଅନ୍ୟ ୨ ଉତ୍ତରଖାତାକୁ ନୋଡାଲ ସେଣ୍ଟର ପଠା ଯାଇଥିଲା। ଏହି ଖାତା ୨ଟିକୁ ଏକ ପରିବା ବ୍ୟାଗରେ ଭର୍ତ୍ତି କରି ଜଣେ କର୍ମଚାରୀ ପ୍ରିନ୍ସିପାଲଙ୍କ ସହିତ ମିଶି ନୋଡାଲ ସେଣ୍ଟରକୁ ଯାଇ ସେଠାରେ ଦାଖଲ କରିଥିଲେ ା ଏନେଇ ପରୀକ୍ଷା କେନ୍ଦ୍ର ସୁପରିଟେଣ୍ଡେଣ୍ଟ ତଥା ଇନ୍ଦିରାଗାନ୍ଧୀ ମହିଳା ମହାବିଦ୍ୟାଳୟ ପ୍ରିନ୍ସିପାଲ ଚୌଧୁରୀଙ୍କୁ ପଚାରିବାରୁ ତ୍ରୁଟି ବଶତଃ ଖାତା ଦୁଇଟି କଲେଜରେ ରହି ଯାଇଥିଲା ବୋଲି ସେ ସ୍ବୀକାର କରିଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ଦେଇ ସାରିବା ପରେ ପର୍ଯ୍ୟବେକ୍ଷକ, ସୁପରିଟେଣ୍ଡେଣ୍ଟଙ୍କ ଉପସ୍ଥିତିରେ ଉତ୍ତରଖାତା ସିଲ୍‌ ହୋଇଥିବା ବେଳେ ବିନା ଗଣତିରେ କିଭଳି ଖାତା ସିଲ୍‌ ହୋଇଥିଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଇନ୍ଦିରାଗାନ୍ଧୀ କଲେଜ ପକ୍ଷରୁ ୬୯ ଖାତା ପଠାଯାଇ ୭୧ଟି ଖାତା ସିଲ୍‌ ହୋଇଥିବା ନେଇ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ପ୍ରଦାନ କରାଯାଇଥିଲା ବୋଲି ଜଣାପଡ଼ିଛି। ଏହି ଘଟଣାରେ ଉଚ୍ଚ ଶିକ୍ଷା ବିଭାଗ କର୍ତ୍ତୃପକ୍ଷ କି ପଦକ୍ଷେପ ଗ୍ରହଣ କରୁଛନ୍ତି ତାହା ଉପରେ ଛାତ୍ରୀ ଓ ଅଭିଭାବକଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri