ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ବିଫଳ: ୯ ବର୍ଷ ପରେ ସନ୍ତାନ ପ୍ରସବ କଲେ ମହିଳା

କାଳିଆପାଣି,୨୭।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡ଼ିପାଳ ପଞ୍ଚାୟତ ରୁଗୁଡ଼ିସାହିର କୃଷ୍ଣ ବିରୁଆଙ୍କ ସ୍ତ୍ରୀ ନମାନି (୪୦) ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରିବାର ୯ବର୍ଷ ପରେ ରବିବାର ଏକ କନ୍ୟା ସନ୍ତାନ ଜନ୍ମ କରିଥିବା ଜଣାପଡ଼ିଛି। ଏହି ଘଟଣା ଏବେ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାରର ସଫଳତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅପରପକ୍ଷେ ସନ୍ତାନ ପ୍ରସବ ସମୟରେ ୧୦୮ ଆମ୍ବୁଲାନ୍ସକୁ ଫୋନ କରାଯାଇଥିଲେ ମଧ୍ୟ ଗାଡ଼ି ନ ଆସିବାରୁ ମହିଳା ଘରେ ପ୍ରସବ କରିଥିଲେ। ଫଳରେ ପିଲାର ସ୍ବାସ୍ଥ୍ୟବସ୍ଥା ଭଲ ନ ଥିବା ଜଣାପଡ଼ିଛି।
ପ୍ରକାଶ ଯେ, କୃଷ୍ଣଙ୍କର ୨ଟି ସନ୍ତାନ ଥିବାରୁ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ଶିବିରକୁ ଯାଇ ସ୍ତ୍ରୀ ନମାନିଙ୍କର ଅସ୍ତ୍ରୋପଚାର କରାଇଥିଲେ। ଏହାର ୯ବର୍ଷ ପରେ ନମାନି ଗର୍ଭବତୀ ହୋଇଥିଲେ। ୨୬ ତାରିଖ ନମାନିଙ୍କୁ ପ୍ରସବ ଯନ୍ତ୍ରଣା ହେବାରୁ କୃଷ୍ଣ ୧୦୮ ଆମ୍ବୁଲାନ୍ସକୁ ଡାକିବା ପାଇଁ ଆଶାକର୍ମୀଙ୍କୁ କହିଥିଲେ। ମାତ୍ର ଆମ୍ବୁଲାନ୍ସ ଆସିବ ନାହିଁ ବୋଲି ଆଶାକର୍ମୀ କହିଥିଲେ। ଅତ୍ୟଧିକ ଯନ୍ତ୍ରଣା ହେବାରୁ କୃଷ୍ଣ ଗ୍ରାମର କିଛି ମହିଳାଙ୍କୁ ଡାକି ଘରେ ସ୍ତ୍ରୀଙ୍କର ପ୍ରସବ କରାଇଥିଲେ। ତେବେ ନମାନି ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇବା ସତ୍ତ୍ୱେ ପୁଣି ଥରେ ମା’ ହେବା ଏହି ଅସ୍ତ୍ରୋପଚାରର ସଫଳତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଆଦିବାସୀମାନେ ଧିରେଧିରେ ସଚେତନ ହୋଇ ଛୋଟ ପରିବାର ଗଠନ ପାଇଁ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଉଥିବାବେଳେ ଏହାର ଅସଫଳତାକୁ ନେଇ ଅସନ୍ତୋଷ ଦେଖାଦେଇଛି। ତେଣୁ ପ୍ରଶାସନ ଏଥିରେ ହସ୍ତକ୍ଷେପ କରି କ୍ଷତିପୂରଣ ଦେବା ସହ ପିଲା ଓ ମା’ର ଯତ୍ନ ନେବାକୁ କୃଷ୍ଣ ଦାବି କରିଛନ୍ତି। ଏ ସମ୍ପର୍କରେ ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ ଜୟଦେବ ନନ୍ଦଙ୍କୁ ଯୋଗାଯୋଗ କରିବାରୁ, କିଛି ମାମଲାରେ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ସଫଳ ହେଉ ନ ଥିବା ଦେଖାଯାଉଛି। ଏଭଳି କ୍ଷେତ୍ରରେ ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବାର ବ୍ୟବସ୍ଥା ରହିଛି। ନମାନିଙ୍କୁ ମଧ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି। ଆମ୍ବୁଲାନ୍ସ ଆସିବାକୁ ମନା କରିବା ସମ୍ପର୍କରେ ଡା. ନନ୍ଦଙ୍କୁ ପଚାରିବାରୁ, ବୋଧହୁଏ ଡାକ୍ତରଖାନାରେ ସେ ସମୟରେ ଆମ୍ବୁଲାନ୍ସ ନ ଥିବ, ତେଣୁ ଯାଇପାରି ନାହିଁ ବୋଲି କହିବା ସହିତ ତୁରନ୍ତ ଉଭୟ ମା’ ଓ ପିଲାଙ୍କୁ ଚିକିତ୍ସା ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri