ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାରରେ ବିଭ୍ରାଟ

ଖଇରା, ୧୮।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାରରେ ବିଭ୍ରାଟ ଦେଖାଦେଇଛି । ଏଥିଯୋଗୁ ଅସ୍ତ୍ରୋପଚାର ପାଇଁ ଆସିଥିବା ମହିଳା ଓ ସେମାନଙ୍କର ଅଭିଭାବକମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ।
ଗୁରୁବାର ଅସ୍ତ୍ରୋପଚାର ପାଇଁ ମହିଳାମାନଙ୍କୁ ସକାଳେ ଆସିବାକୁ ବିଭିନ୍ନ ଆଶା କର୍ମୀଙ୍କ ଦ୍ୱାରା ଖବର ଦିଆଯାଇଥିଲା । ସକାଳ ୮ଟାରେ ୭୦ରୁ ଊର୍ଦ୍ଧ୍ୱ ମହିଳା ଅସ୍ତ୍ରୋପଚାର ପାଇଁ ଆସି ଅପେକ୍ଷା କରିଥିଲେ । ଅସ୍ତ୍ରୋପଚାର ପାଇଁ ଦାୟିତ୍ୱରେ ଥିବା ୨ଜଣ ଡାକ୍ତର ଅପରାହ୍ନରେ ପହଞ୍ଚି ଅସ୍ତ୍ରୋପଚାର ଆରମ୍ଭ କରିଥିଲେ। ସନ୍ଧ୍ୟା ହେବା କାରଣରୁ ଦୂରରୁ ଆସିଥିବା ମହିଳାମାନେ ପଳାଇଥିଲେ । ସେପଟେ ଅସ୍ତ୍ରୋପଚାର ପରେ ମହିଳାମାନଙ୍କୁ ତଳ ଚଟାଣରେ ଶୁଆଇ ଦିଆଯିବା ବିଭାଗର ଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି । ସେହିଭଳି ଅସ୍ତ୍ରୋପଚାର ପରେ ଗାଡିରେ ୪ଜଣଙ୍କୁ ନେଇ ଯିବା ସ୍ଥାନରେ ଗୋରୁ ବୋଝେଇ କରି ୭ରୁ ୮ଜଣ ନିଆଯିବାରୁ ସେମାନେ ଅସନ୍ତୋଷ ପ୍ରକାଶ କରିଥିଲେ ମଧ୍ୟ ଅନ୍ୟ ଉପାୟ ନ ପାଇ ସେଥିରେ ଯିବାକୁ ବାଧ୍ୟ ହୋଇଥିଲେ । ଏ ସମ୍ପର୍କରେ ଦାୟିତ୍ୱରେ ଥିବା ଅଧିକାରିଣୀ(ପିଏଚଓ) ସଞ୍ଜୁକ୍ତା ପଣ୍ଡାଙ୍କୁ ପଚାରିବାରେ ଡାକ୍ତରମାନେ ସାମାନ୍ୟ ବିଳମ୍ବରେ ପହଞ୍ଚିବାରୁ ସାମାନ୍ୟ ଅସୁବିଧା ଦେଖାଦେଇଥିଲା ା ତେବେ ସମସ୍ତଙ୍କୁ ଛାଡିବାର ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୨-୧ରେ ସିରିଜ୍‌ ଜିତିଲା ଇଂଲଣ୍ଡ

ଲଡର୍‌ସ,୧୯ା୭: ରୋହିତ ଶର୍ମାଙ୍କ ଶତକ ସତ୍ତ୍ୱେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଭାରତ ୨୭ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଛି। ଏହି ବିଜୟ…

ଶାନ୍ତି ଚୁକ୍ତିରୁ ଓହରିଲା ଇରାନ, ଏବେ ତୀବ୍ର ହେବ ଲଢ଼େଇ

ଦୁବାଇ,୧୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ସଂଘର୍ଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଦୁଇଦେଶ ମଧ୍ୟରେ ଗୋଟିଏ ମାସ ପୂର୍ବରୁ ସ୍ବାକ୍ଷରିତ ହୋଇଥିବା…

ଲର୍ଡସରେ ରୋହିତଙ୍କ ଐତିହାସିକ ଶତକ

ଲଡର୍‌ସ,୧୯ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ରୋହିତ ଶର୍ମା ଐତିହାସିକ ଶତକିୟ ଇନିଂସ ଖେଳିଛନ୍ତି। ରୋହିତ ୧୦୭ ବଲ୍‌…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri