ପରିବାରର ନାମରେ ଶପଥ କରନ୍ତୁ,ଜରୁରୀ କାମ ନ ଥିଲେ ଘରୁ ବାହାରିବେ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ ଜିଲାକୁ ସମ୍ପୂର୍ଣ୍ଣ ତାଲାବନ୍ଦ ବା ଲକ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କିଛି ଲୋକେ ଏହାର ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳୁଛି। ଏପରିସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ରାଣ ଖାଇବାକୁ ନିବେଦନ କରିଛନ୍ତି। ମଙ୍ଗଳବାର ନିଜ ଟୁଇଟର ପୃଷ୍ଠାରେ ଏକ ଭିଡିଓ ଶେୟାର କରି ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ଭାଇରସ୍‌ ବିଷୟରେ ଆପଣମାନେ ଭଲଭାବେ ଜାଣି ସାରିଲେଣି। ଏହି ଭାଇରସ୍‌ ଚାଇନାରେ ଥିଲା, ଦୂରରେ ଥିଲା। ଏବେ ଆମେରିକା ଡେଇଁ ଭାରତରେ ପହଞ୍ଚିଛି। ଆମ ଘର ପାଖରେ ମଧ୍ୟ ପହଞ୍ଚିଲାଣି, ସତର୍କ ନ ହେଲେ ଏହା ଘରକୁ ପଶିଯିବ। ନିଜ ଭଲ ପାଇଁ, ନିଜ ପରିବାରର ଭଲ ପାଇଁ ଦାୟିତ୍ୱ ହେଉଛି ଆମେ ଏହି ଭାଇରସ୍‌କୁ ଘରେ ପଶିବାକୁ ଦେବାନାହିଁ। ସେଥିପାଇଁ ଏହି ଲକ୍‌ଡାଉନ୍‌ କରାଯାଇଛି। ଗତ ୨୦ ବର୍ଷର ସେବା ମଧ୍ୟରେ ଓଡ଼ିଶାବାସୀଙ୍କ ନିକଟରେ ଅନେକ ଅନୁରୋଧ ରଖିଛି। ସେଗୁଡ଼ିକ ଆପଣମାନେ ପାଳନ କରିଛନ୍ତି। ସେଥିପାଇଁ ମୁଁ ଆପଣଙ୍କ ପାଖରେ ଋଣି। ଆଜି ମୁଁ ଯେଉଁ ଅନୁରୋଧ କରିବାକୁ ଯାଉଛି ତାହା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। କାରଣ ଏବେ ଆପଣଙ୍କ ପରିବାରର ସୁରକ୍ଷା ଆପଣଙ୍କ ହାତରେ। ଆପଣ ସାବଧାନ ରହିଲେ କରୋନା ଭଳି ମହାମାରୀ ଘରକୁ ପଶିପାରିବ ନାହିଁ। ଏଭଳି ସ୍ଥିତିରେ ଆମେ ନିଜ ପିଲାଛୁଆ, ମା’ବାପାଙ୍କ ନାମରେ ଶପଥ ନେବା। କହିବା ମୁଁ ଶପଥ କରି କହୁଛି, ବର୍ତ୍ତମାନ ସମୟରେ ବାହାରକୁ ଯିବି ନାହିଁ। ଅତି ଜରୁରୀ କାମ ନ ଥିଲେ ବାହାରକୁ ଯିବିନାହିଁ। ବାହାରକୁ ଗଲେ କରୋନା ମୋ ସାଥିରେ ଆସି ମୋ ପରିବାରର କ୍ଷତି କରିପାରେ। ବାହାରୁ ଆସିଲେ ଭଲଭାବେ ୨୦ ସେକେଣ୍ଡ ହାତ ଧୋଇବି। କରେନା ଭାଇରସକୁ କେବେ ବି ଘରେ ପଶିବାକୁ ଦେବି ନାହିଁ। ମୋ ପରିବାର ପାଇଁ ବିପଦର କାରଣ ହେବି ନାହିଁ। ଏମିତି ଶପଥ ଦୈନିକ ଘରର ସମସ୍ତେ ନେବା, ଘରର କାନ୍ଥରେ ଲଗାଇବା। ଏପରିକି ଶପଥ ଭିଡିଓ ସୋସିଆଲ ମିଡିଆରେ ମୋ ପାଖକୁ ପଠାନ୍ତୁ। ଘରେ ରୁହନ୍ତୁ, ନିଜ ପରିବାରକୁ ବଞ୍ଚାନ୍ତୁ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri