Posted inଜାତୀୟ

ପରିବାରର ୫ ସଦସ୍ୟଙ୍କୁ ହତ୍ୟା କରି ଯୁବକ କଲେ ଆତ୍ମହତ୍ୟା: ୧୯ ପୃଷ୍ଠାର ସୁଇସାଇଟ୍‌ ନୋଟ୍‌ ଜବତ

ମୋଗା,୩।୮: ପଞ୍ଜାବର ମୋଗାରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ ହତ୍ୟା କରିବା ପରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡିଛି। ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ସମସ୍ତ ମୃତଦେହକୁ ଜବତ କରିବା ସହ ଉକ୍ତ ଘରୁ ୧୯ ପୃଷ୍ଠାର ଏକ ସୁଇସାଇଟ୍‌ ନୋଟ୍‌ ଜବତ କରିଥିବା କହିଛି। ତେବେ ପଡୋଶୀଙ୍କ ସୂଚନା ମୁତାବକ ସନ୍ଦିପ ସିଂଙ୍କ ଘର ଭିତରୁ ହଠାତ୍‌ ପାଟି ଶୁଭିଥିଲା। ଏହାପରେ ଉକ୍ତ ପରିବାରର ୫ ସଦସ୍ୟ ରକ୍ତଜୁଡୁବୁଡୁ ଭାବେ ପଡିଥିବା ଦେଖି ପଡୋଶୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚିବା ବେଳକୁ ସନ୍ଦିପ, ତାଙ୍କ ମାତାପିତା, ଭାଣିଜି, ଭଉଣୀ ଓ ଜେଜେମାଙ୍କ ମୃତ୍ୟୁ ହୋଇ ସାରିଥିଲା। ଗୁରୁତର ଥିବା ତାଙ୍କ ଜେଜେମା’ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସନ୍ଦିପ ପରିବାରର ସମସ୍ତ ସଦସ୍ୟଙ୍କୁ ଗୁଳିକରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ତେବେ ଯାହା ଆଲୋଚନା ହେଉଛି କି ସନ୍ଦିପଙ୍କର ବିବାହ ସ୍ଥିର ହୋଇଥିଲା। ହେଲେ ସେ ଯୌନ ରୋଗରେ ପୀଡିତ ଥିବାରୁ ଏଥିରେ ସେ ରାଜି ହୋଇ ନ ଥିଲେ ଓ ବହୁ ପରିମାଣରେ ମଦ୍ୟପାନ କରିବା ଆରମ୍ଭ କରିଦେଇଥିଲେ। ତେବେ ସେ ହୁଏତ ନିଶାରେ ଥାଇ ଏମିତି କରିଥିବା ଅନୁମାନ କରାଯାଉଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri