Posted inରାଜ୍ୟ

ପରିବେଶ ସଚେତନତା ପାଇଁ ଅଭିନବ ପ୍ରୟାସ: ମହାପ୍ରସାଦ ବାଣ୍ଟି ଚାରା ଲଗାଇବାକୁ ପରାମର୍ଶ

ଖଣ୍ଡପଡ଼ା,୧୩ା୭(ସ୍ବ.ପ୍ର.): ସେ ଏମିତି ଜଣେ ବ୍ୟକ୍ତି, ଯାହାର ରାତି ପାହିଲେ ପରିବେଶ ଚିନ୍ତା । ସକାଳୁ ଚାରା, କୋଡ଼ି, ଶାବଳ ଓ ଗାଣ୍ଡୁଆ ଧରି ସେ ଚାରାରୋପଣ କରିବାରେ ବ୍ୟସ୍ତ ରହିଥାନ୍ତି । ଶୁକ୍ରବାର ବାହୁଡ଼ା ଯାତ୍ରା ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ଼ ମଧ୍ୟରେ ସାଦାସିଧା ପୋଷାକ ପିନ୍ଧି, ବେକରେ ପରିବେଶ ସଚେତନତାଭିତ୍ତିକ ଏକ ପୋଷ୍ଟର ଝୁଲାଇ ସ୍ଥାନୀୟ ଅଞ୍ଚଳରେ ଗଛସାର୍‌ ଭାବେ ପରିଚିତ ଏହି ବ୍ୟକ୍ତି ଜଣକ ମହାପ୍ରସାଦ ବଣ୍ଟନ କରୁଥିବା ଦେଖିବାକୁ ମିଳିଥିଲା। ବିଭିନ୍ନ ସ୍ଥାନରେ ଚାରାରୋପଣ କରି ବୃକ୍ଷଗୁଡ଼ିକର ବୃଦ୍ଧି ଓ ପରିବେଶ ସୁରକ୍ଷା ନିମନ୍ତେ ପରାମର୍ଶ ଦେଉଥିବା ଦେଖାଯାଇଥିଲା। ସେ ହେଉଛନ୍ତି ନୟାଗଡ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତସ୍ଥ କୃଷ୍ଣେଶ୍ୱର ପାଟଣା ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଅନ୍ତର୍ଯ୍ୟାମୀ ସାହୁ। ଜଙ୍ଗଲ, ବୃକ୍ଷଲତା ଓ ପ୍ରାଣୀଜଗତର ଦ୍ରୁତ ଅବକ୍ଷୟ ହେଉଥିବାବେଳେ ପଶୁପକ୍ଷୀଙ୍କୁ କିପରି ସୁରକ୍ଷା ଦିଆଯାଇପାରିବ, ଘରଚଟିଆ, ବାଇଚଢ଼େଇଙ୍କ ବଂଶବୃଦ୍ଧି କିପରି କରାଯାଇପାରିବ ସେଥିନିମନ୍ତେ ଅହରହ ଚେଷ୍ଟା କରୁଛନ୍ତି ଏହି ପରିବେଶପ୍ରେମୀ। କେହି କେହି ତାଙ୍କର ଏଭଳି କାର୍ଯ୍ୟକୁ ପାଗଳାମୀ ଭାବୁଥିଲେ ମଧ୍ୟ ପବିତ୍ର ଏକାଦଶୀ ତିଥିରେ କୁଡ଼ୁଆରୁ ମହାପ୍ରସାଦ ପାଇ ଅନେକ ଜଗନ୍ନାଥପ୍ରେମୀ ନିଜକୁ ଧନ୍ୟ ମନେ କରୁଥିଲେ । ସାହୁ ଫୋନ୍‌ ଉଠାଇବାବେଳେ ହାଲୋ ନ କହି ଜୟ ଜଗନ୍ନାଥ କହିବାକୁ ଲୋକଙ୍କୁ ପ୍ରୋତ୍ସାହିତ କରୁଥିଲେ। ଜଗତର କଲ୍ୟାଣ ପାଇଁ ଶ୍ରୀଜଗନ୍ନାଥଙ୍କୁ ପ୍ରତି ମୁହୂର୍ତ୍ତରେ ସ୍ମରଣ କରିବା ସହିତ ପରିବେଶ ସୁରକ୍ଷା ନିମନ୍ତେ କାର୍ଯ୍ୟ କରିବାକୁ ଗଛସାର୍‌ ପରାମର୍ଶ ଦେଉଥିଲେ। ବୃକ୍ଷ ବୃଦ୍ଧି ନିମନ୍ତେ କାର୍ଯ୍ୟ କରିବା ସହ ପୁରୁଣା ବର ଓ ଓସ୍ତ ବୃକ୍ଷର ସୁରକ୍ଷା ଦିଗରେ ଯତ୍ନଶୀଳ  ହେବାକୁ ସେ ଆହ୍ବାନ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ବଢିଲା ଯୁଦ୍ଧ ଭୟ! ଆମେରିକାକୁ ଆଖି ଦେଖାଇଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୨୦।୩: ଇରାନ, ବର୍ତ୍ତମାନ ମୁସଲିମ ବିଶ୍ୱରେ ବିଚ୍ଛିନ୍ନ ହୋଇଯାଇଥିବା ବେଳେ, ଶ୍ରୀଲଙ୍କାରୁ ଗୁରୁତ୍ୱପୂର୍ଣ୍ଣ ସମର୍ଥନ ପାଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସଂସଦକୁ ସୂଚନା ଦେଇଛନ୍ତି…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ… 

ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ  ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri