ପରିବେଶ ସୁରକ୍ଷା, ବୃକ୍ଷ ରୋପଣ ପାଇଁ ଶପଥ ନେଲେ ଛାତ୍ରୀଛାତ୍ର

ମାଲକାନଗିରି, ୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଶୁକ୍ରବାର ଛାତ୍ରୀଛାତ୍ର, ଅଧ୍ୟାପକ, ଅଧ୍ୟାପିକା, ଏନସିସି କ୍ୟାଡେଟ, ଆମ ଜଙ୍ଗଲ ଯୋଜନାର କର୍ମକର୍ତ୍ତା, ବନ ବିଭାଗ କର୍ମଚାରୀ ପ୍ରମୁଖ ବୃକ୍ଷ ରୋପଣ ଓ ପରିବେଶକୁ ଗୁରୁତ୍ୱ ଦେଇ ଶୁକ୍ରବାର ଶପଥ ନେଇଛନ୍ତି। ଏହି ଅବସରରେ ମାଲକାନଗିରି ସଦର ବନାଞ୍ଚଳ ଅଧିକାରୀ ବାସୁଦେବ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମାଲକାନଗିରି ଖଣ୍ଡୀୟ ବନାଧିକାରୀ ପ୍ରଦୀପ ଦେବଦାଶ ମୀରାଶ, କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ବିଜୟକେତନ ପ୍ରଧାନ, ସହକାରୀ ବନ ସଂରକ୍ଷକ ଶ୍ରୀକାନ୍ତ ନାୟକ, ସହକାରୀ ବନ ସଂରକ୍ଷକ ଜଗଦୀଶ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ୭୦ତମ ବନ ମହୋତ୍ସବ ସପ୍ତାହ ପାଳନର ଉଦ୍ଦେଶ୍ୟ ଓ ବୃକ୍ଷ ରୋପଣ ଦ୍ୱାରା ପରିବେଶ ସହ ସମସ୍ୟା ଏବଂ ଆଗାମୀ ପିଢ଼ିଙ୍କ ପାଇଁ ପ୍ରାକୃତିକ ଅମ୍ଳଜାନ ସମ୍ବନ୍ଧରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଡିଏଫ୍‌ଓ ପ୍ରଦୀପ ଦେବଦାଶ ମୀରାଶ ଉପସ୍ଥିତ ଛାତ୍ରୀଛାତ୍ର, ବୁଦ୍ଧିଜୀବୀ, ଅଧ୍ୟାପକ ଅଧ୍ୟାପିକା, ଆମ ଜଙ୍ଗଲ ଯୋଜନାର କର୍ମକର୍ତ୍ତା, ବନ କର୍ମଚାରୀ ଏବଂ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିଙ୍କୁ ବୃକ୍ଷରୋପଣ ସମ୍ବନ୍ଧରେ ଶପଥ ପାଠ କରାଇଥିଲେ ା ପରେ ବିଦ୍ୟାଳୟ ପରିସରରେ ସାମୂହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର...

ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ଗାଁ ସମସ୍ୟା ନ ସୁଧୁରିଲେ ଭୋଟ ଦେବୁନି

ରାୟଗଡ଼ା,୧।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଧାମୁଣିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାବୁଗୁଡ଼ା ଗ୍ରାମରେ ଆଜି ବି ମୌଳିକ ସୁବିଧା ଅପହଞ୍ଚ ହୋଇଛି। ଗାଁରେ...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri