ପରୀକ୍ଷଣ ପାଇଁ ଯାଇଛି ୧୩୩ ନମୂନା, ୨ ପଜିଟିଭ୍‌: ଆଇସୋଲେଶନରେ ୩୬ଜଣ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ବୁଧବାର ଅପରାହ୍ନ ୩ଟା ସୁଦ୍ଧା ବିଶ୍ୱରେ ୪ଲକ୍ଷ ୨୨ହଜାର ୮୨୯ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ଏହି ସଂଖ୍ୟା ୩ ଲକ୍ଷ ୮୨ ହଜାର ୮ ଥିଲା। ସେହିଭଳି ମଙ୍ଗଳବାର ୧୬,୫୫୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବୁଧବାର ୧୮,୯୦୭ଜଣଙ୍କ ମୃତ୍ୟୁ ଘଟିଛି। ସମଗ୍ର ବିଶ୍ୱରେ ୨ ଲକ୍ଷ ୯୪ହଜାର ୮୨୦ ଆକ୍ଟିଭ କେସ୍‌(ଚିକିତ୍ସାଧିନ) ରହିଛି। ସେମାନଙ୍କ ମଧ୍ୟରୁ ୧ଲକ୍ଷ ୯ହଜାର ୧୦୨ଜଣ ସୁସ୍ଥ ହୋଇ ଫେରିଛନ୍ତି। ତେବେ ସୁସ୍ଥ ହୋଇ ଫେରିବା ତୁଳନାରେ ଆକ୍ରାନ୍ତରେ ୩ ଗୁଣ। ଭାରତରେ ମଙ୍ଗଳବାର ୫୧୧ ଆକ୍ରାନ୍ତ ଥିବା ବେଳେ ବୁଧବାର ଏହା ୫୬୨ ହୋଇଛି। ସେଥିରୁ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ଚିହ୍ନଟ ହୋଇଥିବା ୨ ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍‌ ରହିଛି ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ଏହାଛଡ଼ା ବାଗ୍‌ଚୀ କହିଛନ୍ତି, ସରକାର ଦେଇଥିବା ନଂ ଯୋଗେ ୪୦୧୫ଜଣ ରେଜିଷ୍ଟ୍ରେଶନ କରିଛନ୍ତି। ଇତିମଧ୍ୟରେ ମୋଟ ୧୩୩ଜଣଙ୍କ ନମୂନା ପରୀକ୍ଷଣ ପାଇଁ ପଠାଯାଇଛି। ୧୨୯ଙ୍କ ମିଳିଥିବା ବେଳେ ୪ଜଣଙ୍କ ରିପୋର୍ଟକୁ ଅପେକ୍ଷା ରହିଛି। ୩୬ଜଣ ଆଇସୋଲେଶନରେ ଅଛନ୍ତି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୫୭ଜଣ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ସେହିଭଳି ବାକି ୩ଜଣଙ୍କୁ ଯୋଗାଯୋଗ କରାଯାଇ ପାରି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?