ପରୀକ୍ଷା ଖାତା ମୂଲ୍ୟାୟନକାରୀଙ୍କ ପାଉଣା ବଢ଼ିବ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଏଣିକି ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ର ଓ ପ୍ରଶ୍ନପତ୍ର ସେଟ୍‌ ବଢ଼ିବ। ସେହିଭଳି ମୂଲ୍ୟାୟନକାରୀଙ୍କ ପାଉଣା ମଧ୍ୟ ବଢ଼ାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ବୁଧବାର ପରୀକ୍ଷା ସଂସ୍କାର ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁଷ୍ଠିତ ବୈଠକ ପରେ ମନ୍ତ୍ରୀ ସାହୁ ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଖାତା ଦେଖା ପାଇଁ ୧୫ରୁ ୨୦ଟଙ୍କା ମିଳୁଥିବା ବେଳେ ଏବେ ଖାତା ଦେଖା ପାଇଁ ୩୦ଟଙ୍କା ମିଳିବ। ଏଥିସହ ପ୍ରଶ୍ନ ପ୍ରସ୍ତୁତକାରୀଙ୍କ ପାଉଣା ମଧ୍ୟ ବୃଦ୍ଧି କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ପ୍ରଶ୍ନ ପ୍ରସ୍ତୁତକାରୀଙ୍କୁ ପୂର୍ବରୁ ୫ଶହ ଟଙ୍କା ମିଳୁଥିଲା। ବର୍ତ୍ତମାନ ସେମାନଙ୍କୁ ୧ହଜାର ଟଙ୍କା ମିଳିବ। ସେହିଭଳି ୧୫ଟି କଲେଜକୁ ନେଇ ଗୋଟିଏ ମୂଲ୍ୟାୟନ କେନ୍ଦ୍ର ହେବ ବୋଲି ସେ କହିଛନ୍ତି।

ଏହି ବୈଠକରେ ସମସ୍ତ ବିଦ୍ୟାଳୟ କୂଳପତି ଓ ପରୀକ୍ଷା ନିୟନ୍ତ୍ରକଙ୍କ ସହ ମନ୍ତ୍ରି ଆଲୋଚନା କରିଥିଲେ। ଠିକ୍‌ ସମୟରେ ପରୀକ୍ଷା ଯେପରି ଶେଷ ହେବ ସେ ନେଇ ଆଲୋଚନା କରାଯାଇଥିଲା। ଏଥିସହ ଠିକ୍‌ ସମୟରେ ପରୀକ୍ଷା ଓ ଫଳ ପ୍ରକାଶ ପାଇଁ ଆଗୁଆ ପାଠ୍ୟକ୍ରମ ସାରିବା ପାଇଁ ଗୁରୁତ୍ୱାରୋପ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri