‘ପରୀକ୍ଷା ପାଇଁ ଚାପଗ୍ରସ୍ତ ହେବା ଉଚିତ ନୁହେଁ’

ଢେଙ୍କାନାଳ ଅଫିସ,୨୨ା୧ – କୌଣସି ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନେ ଚାପଗ୍ରସ୍ତ ହେବା ଉଚିତ ନୁହେଁ। ଢେଙ୍କାନାଳ ଜିଲାକୁ ପରୀକ୍ଷାପର୍ବ ନାମରେ ଏକ ସଚେତନତା କାର୍ଯ୍ୟକ୍ରମ ପାଇଁ ଆସିଥିବା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ, ସଭ୍ୟ ହରିହର ନାୟକ ଓ ସଭ୍ୟା ଦିବ୍ୟା ସାସ୍ବତୀ ମଙ୍ଗଳବାର ସ୍ଥାନୀୟ ସର୍କିଟ ହାଉସଠାରେ ଏକ ଖବରଦାତା ସମ୍ମିଳନୀରେ ଏହା ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ ମଧ୍ୟ ଉପସ୍ଥିତ ଥିଲେ।
ଏଥିରେ ଆୟୋଗ ଅଧ୍ୟକ୍ଷା କହିଥିଲେ ଯେ, ସାଧାରଣତଃ ପରୀକ୍ଷାକୁ ନେଇ ଶିକ୍ଷକ, ମାତାପିତା ଏବଂ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଭୟ, ଅବସାଦ ସୃଷ୍ଟି ହୋଇଥାଏ। ତେଣୁ ଚାପଗ୍ରସ୍ତ ନ ହୋଇ ଏହି ପରୀକ୍ଷାକୁ ଛାତ୍ରୀଛାତ୍ରମାନେ ସହଜ ଭାବେ ନିଅନ୍ତୁ। ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ପ୍ରସ୍ତାବ ଅନୁସାରେ ରାଜ୍ୟ ଆୟୋଗ କନ୍ଧମାଳ, ବଲାଙ୍ଗୀର ଓ ଢେଙ୍କାନାଳ ଆଦି ୧୦ଟି ଆକାଂକ୍ଷିତ ଜିଲାରେ ରାଜ୍ୟସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କ୍ରମରେ ଦେଇଥିବା ଉପଦେଶଗୁଡିକ ସମସ୍ତ ପରୀକ୍ଷାର୍ଥୀ, ଅଭିଭାବକ ଓ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ପାଖରେ ପହଞ୍ଚାଇବା ଲକ୍ଷ୍ୟରେ ଏହି ଜିଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଥିରେ ଜିଲା ଶିକ୍ଷା ଅଧିକାରୀ, ଜିଲା ସଂଯୋଜକ, ଜିଲା ମଙ୍ଗଳ ଅଧିକାରୀ, ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନର ମୁଖ୍ୟ, ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ, ପ୍ରମୁଖ ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷୟିତ୍ରୀ ଶିକ୍ଷକମାନେ ଯୋଗଦାନ କରିବେ। ମନସ୍ତତ୍ତ୍ୱବିତ ଓ ମନୋବିଜ୍ଞାନୀମାନେ ଯୋଗଦେଇ ତାଙ୍କର ବିଚାର ଓ ଉପଦେଶ ପ୍ରଦାନ କରିବେ। ପରୀକ୍ଷାପର୍ବ ସଚେତନତା କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀଙ୍କ ଏକ ଆହ୍ବାନ ବୋଲି ଆୟୋଗ ଅଧ୍ୟକ୍ଷା ସୂଚନା ଦେଇଥିଲେ। ସେ ଆହୁରି କହିଥିଲେ, ଶିଶୁଙ୍କ ଶୈଶବ କିପରି ସୁରକ୍ଷିତ ହେବ ସେଥିପାଇଁ ଓଡ଼ିଶା ସରକାର ପ୍ରୟାସ ଜାରି ରଖିଛନ୍ତି। ଶିଶୁଶ୍ରମ, ଶିଶୁ, କିଶୋର ଶ୍ରମ ନିଷେଧ ଓ ନିୟନ୍ତ୍ରଣ ଆଇନ ୧୯୮୬ର କାର୍ଯ୍ୟକାରିତା ଉପରେ ସମସ୍ତେ ସଚେତନ ହେବା ଜରୁରୀ। ୨୦୨୫ ସୁଦ୍ଧା ରାଜ୍ୟକୁ ଶିଶୁ ସୁରକ୍ଷାମୁକ୍ତ କରିବାକୁ ପ୍ରୟାସ ଜାରି ରହିଛି। ଏହାପରେ ଜିଲା ଶିକ୍ଷା ପ୍ରଶିକ୍ଷଣ କେନ୍ଦ୍ରଠାରେ ଆୟୋଗ ଅଧ୍ୟକ୍ଷା, ସଭ୍ୟ ଓ ସଭ୍ୟାଙ୍କ ଉପସ୍ଥିତିରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ଶ୍ରମ ଓ କର୍ମଚାରୀ ବୀମା ବିଭାଗ, ସରକାରୀ ଅଧିକାରୀ, ସ୍ବେଚ୍ଛାସେବୀ ସଂସ୍ଥା, କର୍ମକର୍ତ୍ତା ଓ ଅନ୍ୟାନ୍ୟ ଅଂଶୀଦାର ମାନଙ୍କୁ ସଚେତନ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri