Posted inବରଗଡ଼

ପରୀକ୍ଷା ବାତିଲ ଦାବିକଲା ଛାତ୍ର କଂଗ୍ରେସ

ବରଗଡ଼ ଅଫିସ୍‌,୧୦।୬-ଯୁକ୍ତତିନି ଶେଷବର୍ଷ ଷଷ୍ଠ ସେମିଷ୍ଟାର ପରୀକ୍ଷା ବାତିଲ କରିବା ପାଇଁ ବରଗଡ଼ ଜିଲା ଛାତ୍ର କଂଗ୍ରେସ ଦାବି କରିଛି । ଏହି ଦାବି ନେଇ ଛାତ୍ର କଂଗ୍ରେସର ଏକ ପ୍ରତିନିଧି ଦଳ ବୁଧବାର ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। କରୋନ ଲକ୍‌ ଡାଉନ୍‌ କଟକଣା ଲାଗୁ ପରେ ପାଠ୍ୟ ଖସଡ଼ା ସମ୍ପୂର୍ଣ୍ଣ ହୋଇ ନଥିଲା । ସେହିପରି ବର୍ତ୍ତମାନ ପରିସ୍ଥିତିରେ ପରୀକ୍ଷା କରାଗଲେ କରୋନା ସଂକ୍ରମଣ ଆଶଙ୍କା ମଧ୍ୟ ରହିଛି । ଏହି ଦୃଷ୍ଟିରୁ ସେମିଷ୍ଟାର ପରୀକ୍ଷା ବାତିଲ କରିବାକୁ ସେମାନେ ଦାବି କରିଛନ୍ତି । ପରୀକ୍ଷା ବାତିଲ କରା ନ ଗଲେ ଛାତ୍ର କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ଚେତାବନୀ ଦିଆଯାଇଛି । ଏହି ପ୍ରତିନିଧି ଦଳରେ ଗୌରବ ପତି, ଗଗନ କୁମାର ପତି, ସୁବ୍ରତ ନାୟକ, ଅଭିଷେକ ନାୟକ, ଗୋବିନ୍ଦ ପଟେଲ, ଗୌରବ ନାୟକ, ହୃଷିକେଶ ରାଉତ, ଅମିତ କୁମାର ସାହୁ, କରୁଣାକର ମେହେର, ଶୁଭମ ରାୟ ପ୍ରମୁଖ ସ୍ମାରକପତ୍ର ପ୍ରଦାନ କରିବାକୁ ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଜୟକ୍ରିଷ୍ଣା ଛୁରିଆ ବୁଧବାର...

ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ...

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri