Posted inବରଗଡ଼

ପରୀକ୍ଷା ବାତିଲ ଦାବିକଲା ଛାତ୍ର କଂଗ୍ରେସ

ବରଗଡ଼ ଅଫିସ୍‌,୧୦।୬-ଯୁକ୍ତତିନି ଶେଷବର୍ଷ ଷଷ୍ଠ ସେମିଷ୍ଟାର ପରୀକ୍ଷା ବାତିଲ କରିବା ପାଇଁ ବରଗଡ଼ ଜିଲା ଛାତ୍ର କଂଗ୍ରେସ ଦାବି କରିଛି । ଏହି ଦାବି ନେଇ ଛାତ୍ର କଂଗ୍ରେସର ଏକ ପ୍ରତିନିଧି ଦଳ ବୁଧବାର ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। କରୋନ ଲକ୍‌ ଡାଉନ୍‌ କଟକଣା ଲାଗୁ ପରେ ପାଠ୍ୟ ଖସଡ଼ା ସମ୍ପୂର୍ଣ୍ଣ ହୋଇ ନଥିଲା । ସେହିପରି ବର୍ତ୍ତମାନ ପରିସ୍ଥିତିରେ ପରୀକ୍ଷା କରାଗଲେ କରୋନା ସଂକ୍ରମଣ ଆଶଙ୍କା ମଧ୍ୟ ରହିଛି । ଏହି ଦୃଷ୍ଟିରୁ ସେମିଷ୍ଟାର ପରୀକ୍ଷା ବାତିଲ କରିବାକୁ ସେମାନେ ଦାବି କରିଛନ୍ତି । ପରୀକ୍ଷା ବାତିଲ କରା ନ ଗଲେ ଛାତ୍ର କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ଚେତାବନୀ ଦିଆଯାଇଛି । ଏହି ପ୍ରତିନିଧି ଦଳରେ ଗୌରବ ପତି, ଗଗନ କୁମାର ପତି, ସୁବ୍ରତ ନାୟକ, ଅଭିଷେକ ନାୟକ, ଗୋବିନ୍ଦ ପଟେଲ, ଗୌରବ ନାୟକ, ହୃଷିକେଶ ରାଉତ, ଅମିତ କୁମାର ସାହୁ, କରୁଣାକର ମେହେର, ଶୁଭମ ରାୟ ପ୍ରମୁଖ ସ୍ମାରକପତ୍ର ପ୍ରଦାନ କରିବାକୁ ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri