ପରୀକ୍ଷାଜନିତ ଚାପ ହ୍ରାସ କରିବ ‘ପରୀକ୍ଷା ପର୍ବ’

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଆଉ ଅଳ୍ପଦିନ ରହିଲା ଦଶମ ଓ ଯୁକ୍ତ୨ ପରୀକ୍ଷା। ପରୀକ୍ଷାକୁ ନେଇ ମାତାପିତାମାନେ ଚିନ୍ତିତ ହେଉଥିବାବେଳେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଭୟ, ଅବସାଦ ଏବଂ ଆତ୍ମହତ୍ୟା ଭଳି ବିଚାର ଉତ୍ପନ୍ନ ହୋଇଥାଏ। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ପ୍ରସ୍ତାବ ଅନୁସାରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ‘ପରୀକ୍ଷା ପର୍ବ’ ନାମରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ କରିଛନ୍ତି। ଏହି କ୍ରମରେ ୬ ଆକାଂକ୍ଷିତ ଜିଲା ଯଥା କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ଢେଙ୍କାନାଳ ଓ ଗଜପତିରେ ଏହି ରାଜ୍ୟସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାନୁଷ୍ଠାନ ସହ ସମ୍ପୃକ୍ତ ସମସ୍ତ ଜିଲା ଅଧିକାରୀ ଯଥା ଜିଲା ଶିକ୍ଷାଧିକାରୀ, ଜିଲା ସଂଯୋଜକ, ଜିଲା ମଙ୍ଗଳ ଅଧିକାରୀ, ଜିଲା ଶିକ୍ଷା ପ୍ରଶିକ୍ଷଣ ଅନୁଷ୍ଠାନର ମୁଖ୍ୟ, ଜିଲାର ସମସ୍ତ ବ୍ଲକ ଶିକ୍ଷାଧିକାରୀ ଏବଂ ଜିଲାର ପ୍ରମୁଖ ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକମାନେ ଏଥିରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ମନସ୍ତତ୍ତ୍ୱବିଦ୍‌ମାନେ ତାଙ୍କର ବିଚାର ତଥା ଉପଦେଶ ପ୍ରଦାନ କରିଥିଲେ। ସମସ୍ତ ଜିଲାର ଜିଲାପାଳ ଓ ଆରକ୍ଷୀ ଅଧିକାରୀ ମଧ୍ୟ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଯଥୋଚିତ ସହଯୋଗ ଓ ମାର୍ଗଦର୍ଶନ କରିଥିଲେ। ଏ ସମ୍ପର୍କରେ ସୋମବାର ଆୟୋଗ ପକ୍ଷରୁ ଷ୍ଟେଟ୍‌ ଗେଷ୍ଟ ହାଉସ୍‌ଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚିତ କରାଯାଇଛି।
ସଚେତନତା କାର୍ଯ୍ୟକ୍ରମକୁ କିଭଳି ସମ୍ପନ୍ନ କରାଯାଇଥିଲା ସେନେଇ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷ ସନ୍ଧ୍ୟାବତୀ ପ୍ରଧାନ ସମ୍ମିଳନୀରେ ସମସ୍ତ ସୂଚନା ଦେଇଥିଲେ। ସେ କହିଥିଲେ, ପରୀକ୍ଷାଜନିତ ଚାପରୁ ୨୦୧୪ରୁ ୨୦୧୬ ଅର୍ଥାତ ୨ବର୍ଷ ମଧ୍ୟରେ ସାରା ଭାରତରେ ୨୬,୪୭୬ ବିଦ୍ୟାର୍ଥୀ ଆତ୍ମହତ୍ୟା କରିଛନ୍ତି। ପରୀକ୍ଷା ଫଳ ପ୍ରକାଶନ ପରେ ଚାପଗ୍ରସ୍ତ ହୋଇ ୭,୪୬୨ ବିଦ୍ୟାର୍ଥୀ ଆତ୍ମହତ୍ୟା କରିଥିବା ଜାତୀୟ ପରିବାର ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। ପରୀକ୍ଷା ଏକ ଚାପ ନୁହେଁ ବରଂ ପରୀକ୍ଷାକୁ ଏକ ପର୍ବ ଭାବେ ଗ୍ରହଣ କରିବା ପାଇଁ ଛାତ୍ରୀଛାତ୍ର, ମାତାପିତା, ଅଭିଭାବକମାନେ ନିଜ ମଧ୍ୟରେ ଏକ ସକାରାତ୍ମକ ମନୋଭାବ ରଖିବା ଆବଶ୍ୟକ ବୋଲି ସନ୍ଧ୍ୟାବତୀ କହିଛନ୍ତି। ପିଲାମାନେ କୌଣସି ଚାପର ବଶବର୍ତ୍ତୀ ନ ହୋଇ ଚଳିତ ପରୀକ୍ଷା ଋତୁକୁ ଅତିବାହିତ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସଭ୍ୟ ହରିହର ନାୟକ, ଡ. ଗୀତାଞ୍ଜଳି ବସ୍ତିଆ, ମନ୍ଦାକିନୀ କର ଓ ଦିବ୍ୟା ଶାଶ୍ୱତୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri