ପରୀକ୍ଷାରୁ ବଞ୍ଚିତ ୨୫ ଛାତ୍ରୀଛାତ୍ର

ବାରିପଦା ଅଫିସ/ ଚିତ୍ରଡ଼ା,୨୦ା୨(ଡି.ଏନ୍‌.ଏ.)- ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ମୟୂରଭଞ୍ଜ ଜିଲାର ୧୮୦ଟି କେନ୍ଦ୍ରରେ ୩୭୧୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ସେମାନଙ୍କ ମଧ୍ୟରୁ ୩୫୪୩୫ ଜଣ ପ୍ରଥମ ଭାଷା ପରୀକ୍ଷା ଦେଇଥିଲେ। ୧୭୦୧ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। କିଛି ଛାତ୍ରୀଛାତ୍ରଙ୍କୁ ଛାଡ଼ି ଦେଲେ ସବୁଠି ଉପସ୍ଥାନ ଶତପ୍ରତିଶତ ରହିଥିବା ଜଣାପଡ଼ିଛି। ଅଧିକାଂଶ କେନ୍ଦ୍ରରେ ଶାନ୍ତିଶୃଙ୍ଖଳାର ସହିତ ପରୀକ୍ଷା ହୋଇଥିବା ବେଳେ ଜିଲାର ମୋରଡ଼ା ବ୍ଳକ ଅଧୀନ ଦ୍ୱାରିକାନାଥ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅବ୍ୟବସ୍ଥା ଦେଖିବାକୁ ମିଳିଥିଲା। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ଉକ୍ତ କେନ୍ଦ୍ରରେ ୨୩୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ୨୫ ଜଣ ପରୀକ୍ଷା ଦେଇ ପାରି ନ ଥିଲେ। ଇଂରାଜୀ ବଦଳରେ ପ୍ୟାକେଟରୁ ଓଡ଼ିଆ ପ୍ରଶ୍ନପତ୍ର ବାହାରିବାରୁ ସେମାନେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିଲେ। ଉଲ୍ଲେଖଯୋଗ୍ୟ ଯେ, ରେଗୁଲାର ଓ ଏକ୍ସରେଗୁଲାର ପିଲାମାନଙ୍କ ବୁଧବାର ଓଡ଼ିଆ ପରୀକ୍ଷା ଥିବା ବେଳେ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପିଲାମାନଙ୍କର ଇଂରାଜୀ ବିଷୟ ପରୀକ୍ଷା ଥିଲା। ଅପରାହ୍ନ ୧ଟା ୩୦ରେ ଏମାନଙ୍କ ପରୀକ୍ଷା ଆରମ୍ଭ ହୋଇଥିଲା। ଗୋଟିଏ ଶ୍ରେଣୀରେ ବସିଥିବା ପରୀକ୍ଷାର୍ଥୀଙ୍କ ପ୍ରଶ୍ନପତ୍ର ପ୍ୟାକେଟ ଖୋଲିବାରୁ ଇଂରାଜୀ ବଦଳରେ ଓଡ଼ିଆ ପ୍ରଶ୍ନପତ୍ର ବାହାରିଥିଲା। ଫଳରେ ୨୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିଲେ। ପରେ କେନ୍ଦ୍ର ବାହାରକୁ ଆସି ଫାଟକ ସମ୍ମୁଖରେ ବସି ବୋର୍ଡ଼ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁଁ ସେମାନେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିବା ପ୍ରକାଶ କରିଥିଲେ। ଏ ନେଇ ପରୀକ୍ଷା କେନ୍ଦ୍ର ଦାୟିତ୍ୱରେ ଥିବା ଅଧୀକ୍ଷକ ତଥା ପ୍ରଧାନ ଶିକ୍ଷକ ମୁରଲୀଧର ବାରିକଙ୍କୁ ପଚାରିବାରୁ ପ୍ରଶ୍ନପତ୍ର ବୋର୍ଡରୁ ସେହିଭଳି ଆସିଥିଲା, ଆମେ କ’ଣ କରିପାରିବୁ ବୋଲି କହିଛନ୍ତି। ଦେଖାଯାଉ ଏହି ଗୁରୁତର ତ୍ରୁଟିକୁ ଗଣଶିକ୍ଷା ବିଭାଗ କିପରି ସୁଧାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri