ପରୀକ୍ଷାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରେନର ଯୋଜନା

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଭୁବନେଶ୍ୱର ସ୍ଥିତ ୧୨୦ ଇନଫାଣ୍ଟରି ବାଟାଲିଅନରେ ଚାଲିଥିବା ଟେରିଟୋରିଆଲ ଆର୍ମି ପରୀକ୍ଷାରେ ଗୁରୁବାର ପାଇଁ ସ୍ବତନ୍ତ୍ର ଟ୍ରେନ ଯୋଜନା କରାଯାଉଛି। ଗୁରୁବାର ପରୀକ୍ଷା ପାଇଁ ଉତ୍ତରାଖଣ୍ଡରୁ ପ୍ରାୟ ୩ ହଜାରରୁ ଅଧିକ ପରୀକ୍ଷାର୍ଥୀ ଯୋଗଦେବେ ବୋଲି ଜଣାପଡ଼ିଛି। ତେବେ ଏମାନେ ଫେରିବା ସମୟରେ ଅନ୍ୟ ସଂରକ୍ଷିତ ଟ୍ରେନରେ ଚଢ଼ିପାରନ୍ତି ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଏକ ସ୍ବତନ୍ତ୍ର ଟ୍ରେନ ପାଇଁ ଚିନ୍ତା ପୂର୍ବତଟ ରେଳପଥ ପକ୍ଷରୁ ଚିନ୍ତା କରାଯାଉଛି ବୋଲି ସୂଚନା ରହିଛି। ଏହି ଟ୍ରେନଟି ଭୁବନେଶ୍ୱରରୁ ଖଡ଼ଗପୁର ପର୍ଯ୍ୟନ୍ତ ଚଳାଚଳ କରିବ। ଏହି ଟ୍ରେନ ଷ୍ଟେଶନରୁ ଗହଳି କମାଇବା ସହ ପରିଚାଳନାରେ ସହାୟକ ହେବ। ପରୀକ୍ଷା ଆରମ୍ଭ ଦିନଠାରୁ ଭୁବନେଶ୍ୱର ଷ୍ଟେଶନରେ ରେଳ ଚଳାଚଳ କରିବା ଅସହଜ ହୋଇପଡ଼ିଛି। ପ୍ରତ୍ୟେକ ଦିନ ଆର୍ମି ପରୀକ୍ଷାର୍ଥୀ ବିଭିନ୍ନ ଟ୍ରେନରେ ଜବରଦସ୍ତି ଚଢ଼ିବା ସହ ଚେନ ଟାଣୁଥିବା ଘଟଣା ସାମ୍ନାକୁ ଆସୁଛି। ସ୍ବତନ୍ତ୍ରରେ ଟ୍ରେନ ହେଲେ ସଂରକ୍ଷିତ ଟ୍ରେନରେ ନ ଚଢ଼ିବା ଓ ଚେନ ପୁଲିଂକୁ ରୋକାଯାଇପାରିବ ବୋଲି ରେଳବାଇ ଅଧିକାରୀ କହିଛନ୍ତି। ତେବେ ୨୦ ଯାଏଁ ଚାଲିବାକୁ ଥିବା ପରୀକ୍ଷାରେ ଆଗକୁ ଝାରଖଣ୍ଡ ଓ ଛତିଶଗଡ଼ରୁ ମଧ୍ୟ ପିଲା ଆସିବେ। ତେବେ ସେମାନଙ୍କ ଆଗମନକୁ ଦେଖି ସ୍ବତନ୍ତ୍ର ଟ୍ରେନ କରାଯିବ କି ନାହଁି ଚିନ୍ତା କରାଯିବ ବୋଲି ରେଲଓ୍ବେ ପକ୍ଷରୁ କୁହାଯାଇଛି। ଯଦି ମାତ୍ରାଧିକ ସଂଖ୍ୟାରେ ପିଲା ଆସିବେ ତା’ହେଲେ ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯିବ। କିନ୍ତୁ ପ୍ରଥମେ ଆଗନ୍ତୁକ ପରୀକ୍ଷାର୍ଥୀଙ୍କ ସଂଖ୍ୟାକୁ ନଜର ରଖାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri