Posted inଖେଳ

ପର୍ନ ଷ୍ଟାର ଜନି ସିନ୍ସଙ୍କ ନାଁରେ ଟ୍ରୋଲ୍‌ ହେଲା ଟିମ୍‌ ଇଣ୍ଡିଆ

ଓ୍ବେଲିଂଟନ, ୨୦।୨: ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ ଦଳ ଶୁକ୍ରବାରଠାରୁ ଘରୋଇ ଦଳ ବିପକ୍ଷରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏଥିପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଓ୍ବେଲିଂଟନରେ ଅବସ୍ଥାପିତ ଭାରତୀୟ ହାଇକମିଶନରଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍‌ କରିଥିଲେ। ଭାରତୀୟ ଦଳ ସହ ସପୋର୍ଟ ଷ୍ଟାଫ୍‌ ମଧ୍ୟ ସେଠାକୁ ଯାଇଥିଲେ। ହାଇକମିଶନରଙ୍କୁ ଭେଟିବା ପରେ ଭାରତୀୟ ଦଳର ଅଧିକାଂଶ ସଦସ୍ୟ ନିଜ ସୋସିଆଲ ମିଡିଆରେ ଫଟୋ ଶେୟାର କରିଥିଲେ। ଯୁବ ପେସ୍‌ ବୋଲର୍‌ ନବଦୀପ ସଇନି ମଧ୍ୟ ସାଥୀ ଖେଲାଳିଙ୍କ ସହ ଏକ ଗ୍ରୁପ୍‌ ସେଲଫି ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଥିଲେ। ଫଟୋରେ ଇଶାନ୍ତ ଶର୍ମା, ମହମ୍ମଦ ସାମି, ପୃଥ୍ବୀ ଶ’ ମୟଙ୍କ ଅଗ୍ରଓ୍ବାଲ, ଋଷଭ ପନ୍ତ, ଶୁଭମନ ଗିଲ୍‌, ଜଶପ୍ରୀତ ବୁମରା ପ୍ରମୁଖ ନଜର ଆସିଥିଲେ। ଭାରତୀୟ ଦଳର ନିକ୍‌ ଓ୍ବେବ୍‌ ଖେଳାଳିଙ୍କ ପଛରେ ଛିଡା ହୋଇଛନ୍ତି। ଓ୍ବେବ୍‌ଙ୍କୁ ପର୍ନ ଷ୍ଟାର ଜନି ସିନ୍ସ ଭାବି ଦେଇ ଭାରତୀୟ ଦଳକୁ ଟ୍ରୋଲ କରିଛନ୍ତି ୟୁଜର୍ସ। ଶଙ୍କର ବାସୁଙ୍କ ପରେ ନିକ୍‌ ଓ୍ବେବ୍‌ଙ୍କୁ ନିକଟରେ ଭାରତୀୟ ଦଳର ଫିଟ୍‌ନେସ୍‌ ଟ୍ରେନର୍‌ ଭାବେ ନିଯୁକ୍ତ କରାଯାଇଛି। ସୂଚନାଯୋଗ୍ୟ, ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ଭାରତ ୩-୦ରେ କ୍ଲିନ୍ସୁଇପ କରିବା ପରେ ଦିନିକିଆ ସିରିଜରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା। ଦିନିକିଆ ସିରିଜକୁ ନ୍ୟୁଜିଲାଣ୍ଡ ୩-୦ରେ ଜିତି ଟି୨୦ ପରାଜୟର ପ୍ରତିଶୋଧ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri