Posted inଖେଳ

ପର୍ଯ୍ୟଟକଙ୍କୁ ବଞ୍ଚାଇଲେ ଅଲିମ୍ପିକ ସନ୍ତରଣକାରୀ

ମିଲାନ, ୧୦ା୭ (ଏପି)- ଇଟାଲୀଦେଶର ସାର୍ଡିନିଆ ନିକଟବର୍ତ୍ତୀ ସମୁଦ୍ର ବକ୍ଷରେ ବୁଡ଼ିଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଅଲିମ୍ପିକ ସନ୍ତରଣକାରୀ ଫିଲିପୋ ମାଗ୍‌ନିନି। ଖବର ଅନୁସାରେ ପୁରୁଷ ପର୍ଯ୍ୟଟକ ଜଣକ ଏକ ଭାସମାନ କୃତ୍ରିମ ହଂସ ଉପରେ ଉପବିଷ୍ଟ ହୋଇ ସମୁଦ୍ରକୂଳରେ ତାର’ ମଜା ନେଉଥିଲେ। ମାତ୍ର ପ୍ରବଳ ବେଗରେ ପବନ ଆସି ଏହାକୁ ସମୁଦ୍ର ଭିତରକୁ ଭସାଇନେଇଥିଲା। ପର୍ଯ୍ୟଟକଙ୍କର ଜଣେ ବନ୍ଧୁ ତୁରନ୍ତ ଜଣେ ଲାଇଫ୍‌ ଗାର୍ଡକୁ ଏହା ଜଣାଇ ଦେଇଥିଲେ। ମାତ୍ର ଲାଇଫଗାର୍ଡ ଜଣକ ପହଞ୍ଚତ୍ବା ପୂର୍ବରୁ ଘଟଣାସ୍ଥଳରେ ଉପସ୍ଥିତ ଥିବା ମାଗ୍‌ନିନି ସାହାଯ୍ୟ କରିବା ଲାଗି ଆଗଭର ହୋଇଥିଲେ। କ୍ଷୀପ୍ର ବେଗରେ ପହଁରି ସେ ଭାସିଯାଉଥିବା ପର୍ଯ୍ୟଟକଙ୍କ ନିକଟରେ ପହଞ୍ଚତ୍ୟାଇଥିଲେ। ଲାଫ୍‌ ଗାର୍ଡ ପହଞ୍ଚତ୍ବା ପୂର୍ବରୁ ପର୍ଯ୍ୟଟକ ଜଣଙ୍କୁ ଭାସମାନ ଅବସ୍ଥାରେ ଧରି ରଖିଥିଲେ। ପର୍ଯ୍ୟଟକ ଜଣକ ସେତେବେଳକୁ କିଛି ପରିମାଣରେ ପାଣି ଢୋକି ସାରିଥିଲେ। ଭୟ ଓ ଆଶଙ୍କାରେ ସେ ନିର୍ବାକ ହୋଇପଡ଼ିଥିଲେ। ଲାଇଫ୍‌ ଗାର୍ଡ ଜଣକ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲେ। ପୂର୍ବତନ ବିଶ୍ୱ ଚାମ୍ପିୟନ ସନ୍ତରଣକାରୀ ୩୭ବର୍ଷୀୟ ଫିଲିପୋ ମାଗ୍‌ନିନି ୨୦୦୪ ଏଥେନ୍ସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିଲେ। ଘଟଣା ଦିନ ସେ ତାଙ୍କ ଗର୍ଲଫ୍ରେଣ୍ଡ, ଇଟାଲିଆନ ମଡେଲ ତଥା ଟିଭି ବ୍ୟକ୍ତିତ୍ୱ ଜର୍ଜିଆ ପାମାସଙ୍କ ସହିତ ନିକଟରେ ସନ୍ତରଣ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?