ପର୍ଯ୍ୟଟନ କ୍ଷେତ୍ର ହୁକିଟୋଲା ଓ ବତିଘର ପ୍ରବେଶ କଟକଣା

ମହାକାଳପଡା,୧୮।୩ (ଡି.ଏନ.ଏ.): ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିଚାଲିଛି। ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ସରକାରଙ୍କ ପକ୍ଷରୁ ଜନଗହଳି ସ୍ଥାନ, ପର୍ଯ୍ୟଟନ କ୍ଷେତ୍ର, ମନ୍ଦିର ପରିସର, ମଲ୍‌, ସିନେମା ହଲ୍‌, ବିବାହ ଭୋଜି, ଯାତ୍ରା, ବିଦ୍ୟାଳୟ, ମହାବିଦ୍ୟାଳୟ ତଥା ଅନ୍ୟାନ୍ୟ ସମ୍ବେଦନଶୀଳ ଅଞ୍ଚଳରେ ପ୍ରବେଶ କଟକଣା ଲାଗିଛି। ସେହି କ୍ରମରେ କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ବଙ୍ଗୋପସାଗର ତଟ କୂଳରେ ଐତିହାସିକ ବ୍ରିଟିଶ ନିର୍ମିତ ହୁକିଟୋଲା ଓ ବତିଘର (ଫଲ୍‌ସ ପଏଣ୍ଟ) ଆଦି ପର୍ଯ୍ୟଟନ କ୍ଷେତ୍ରକୁ ପର୍ଯ୍ୟଟନ ପ୍ରବେଶ ପାଇଁ ବାରଣ କରାଯାଇଛି। ନିଜେ ସୁରକ୍ଷା ରହିବା ସହିତ ଅନ୍ୟମାନଙ୍କର ସ୍ବଚ୍ଛତା ଉପରେ ଗୁରୁତ୍ୱାରୋପ କରାଯାଇଛି। ସେହିପରି ମହାକାଳପଡା ବ୍ଲକ ଅଞ୍ଚଳର ରାମନଗର ପଞ୍ଚାୟତ ସ୍ଥାନୀୟ ବାହାକୁଦ ମହାନଦୀ ଫେରିଘାଟ ଅପରପାର୍ଶ୍ୱରେ ପାରାଦୀପ ଶିଳ୍ପାଞ୍ଚଳରେ ୫ ହଜାରରୁ ଅଧିକ ଶ୍ରମିକ (ମହିଳା ଓ ପୁରୁଷ) ଦୈନିକ ନଦୀ ପାର କାମ ଅନ୍ବେଷଣରେ ଯାତାୟାତ କରିଥାନ୍ତି। କରୋନା ଭୟ ଯୋଗୁ ଶ୍ରମିକମାନଙ୍କ ଚିନ୍ତା ବଢିଯାଇଥିବା କେତେକ ଶ୍ରମିକ ପ୍ରକାଶ କରିଛନ୍ତି। ଶ୍ରମିକମାନଙ୍କ ମଧ୍ୟରେ ଶାନ୍ତିଲତା ମଣ୍ଡଳ, ମିନାରାଣୀ ମଣ୍ଡଳ, ପୁଷ୍ପଲତା ଦାସ, ରୀତା ମଣ୍ଡଳ, ତପନ ମଣ୍ଡଳ, ଗୌରହରି ବର୍ମନ, ସମୀର ମଣ୍ଡଳ ପ୍ରମୁଖ ଭୟଭୀତ ଅବସ୍ଥାରେ ଅଛନ୍ତି। କାରଣ ପାରାଦୀପରେ ବିଦେଶୀ ଜାହାଜ ଲାଗିଥିବାରୁ କରୋନା ଭୟ ରହିଥିବା କହିଛନ୍ତି।
ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ କରୋନା ସଚେତନତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଥିବା ବିଡିଓ ଦେବାଶିଷ ରାଉତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri