ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର ବୌଦ୍ଧ

ବୌଦ୍ଧ ଜିଲା ପର୍ଯ୍ୟଟନସ୍ଥଳର ଗନ୍ତାଘର। ଜିଲାରେ ପ୍ରାଚୀନ କୀର୍ତ୍ତିରାଜି ଓ ବୈଭବ ଭରି ରହିଛି । ଐତିହାସିକ କଳାକୃତି ହେଉ ଅବା ପ୍ରାକୃତିକ ସୌନ୍ଦର୍ଯ୍ୟ ବି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏଥିସହିତ ରହିଛି ଇକୋ ଟୁରିଜିମର ପର୍ଯ୍ୟାପ୍ତ ସୁଯୋଗ । ବୃଦ୍ଧରୁ ବୌଦ୍ଧ ଜିଲା ଭାବେ ନାମିତ ଏହି ଜିଲା ଐତିହାସିକ ଓ ଗବେଷକମାନଙ୍କୁ ଆକୃଷ୍ଟ କରିଥାଏ। ସମଗ୍ର ବୌଦ୍ଧ ଜିଲାରେ ବିକ୍ଷିପ୍ତ ଭାବେ ବୌଦ୍ଧ କୀର୍ତ୍ତିର ଅବଶିଷ୍ଟାଂଶ ଦେଖିବାକୁ ମିଳେ। ବୌଦ୍ଧ ରାଜପ୍ରାସାଦ ନିକଟରେ ପଦ୍ମଫୁଲ ଉପରେ ଥିବା ସିଂହାସନରେ ୭ ଫୁଟ ଉଚ୍ଚର ବୁଦ୍ଧଙ୍କ ପ୍ରତିମୂର୍ତ୍ତି ଜିଲାର ନାମକୁ ସାର୍ଥକ କରୁଛି। ଏହି ବୁଦ୍ଧ ମୂର୍ତ୍ତି ଯୋଡା ପଥରରେ ନିର୍ମିତ। ମୂର୍ତ୍ତିର ଉଭୟ ପାର୍ଶ୍ୱ ସ୍ତମ୍ଭରେ ଦୁଇଜଣ ଗନ୍ଧର୍ବ ହାତରେ ଫୁଲମାଳ ନେଇ ଉଡନ୍ତା ଅବସ୍ଥାରେ ରହିଛନ୍ତି । ଏହିଠାରେ ମାଟିତଳେ ବୁଦ୍ଧବିହାର ଓ ବୌଦ୍ଧ ଧର୍ମର ଶିକ୍ଷା କେନ୍ଦ୍ର ଅବସ୍ଥିତ । ତେବେ ଏହି ବୁଦ୍ଧକୀର୍ତ୍ତି ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଥିଲେ ମଧ୍ୟ ରାଜ୍ୟର ପର୍ଯ୍ୟଟନ ମାନଚିତ୍ରରେ ଏହାକୁ ଗୁରୁତ୍ୱ ଦିଆଯାଇ ନ ଥିବାରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରୁନାହିଁ।

ସେହିପରି ବୌଦ୍ଧ ସହରରୁ ମହାନଦୀ କୂଳେ କୂଳେ ଜଗନ୍ନାଥ ସଡ଼କରେ ୧୭ କିଲୋମିଟର ଗଲେ ପରଗଳପୁର ଓ ଶ୍ୟାମସୁନ୍ଦରପୁର ବୁଦ୍ଧବିହାର ପଡିବ। ଏହି ବୁଦ୍ଧ ବିହାରର ଭଗ୍ନାବଶେଷ ମଧ୍ୟ ରାଜ୍ୟ ପ୍ରନତ୍ତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ। ତେବେ ଜିଲାରେ ପର୍ଯ୍ୟଟନର ପର୍ଯ୍ୟାପ୍ତ ଭିତ୍ତିଭୂମି ରହିଥିବା ବେଳେ ପ୍ରଶାସନିକ ଏବଂ ରାଜନୈତିକସ୍ତରରେ ପ୍ରୟାସ କରାଯାଉ ନ ଥିବାରୁ ଜିଲାକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ହୋଇପାରୁନାହିଁ। ଜିଲାରେ ପର୍ଯ୍ୟଟନର ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦେଇ ପ୍ରୟାସ କରାଗଲେ ଜିଲାକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଆନ୍ତା । ଜିଲାରେ ଅନେକ ପ୍ରାଚୀନ କୀର୍ତ୍ତିରାଜି ଭରି ରହିଥିଲେ ମଧ୍ୟ ତା’ର ବିକାଶ ହୋଇପାରୁନାହିଁ। ପଶ୍ଚିମ ଓଡ଼଼ିଶାରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ୫ଟି ସଂରକ୍ଷିତ କୀର୍ତ୍ତିରାଜି ମଧ୍ୟରେ ବୌଦ୍ଧର ଅଷ୍ଟମ ଶତାବ୍ଦୀରେ ଭଞ୍ଜ ରାଜାମାନଙ୍କ ଦ୍ୱାରା ନିର୍ମିତ କାରୁକାର୍ଯ୍ୟରେ ଭରପୂର ଗନ୍ଧରାଢି ମନ୍ଦିର ଓ ନବମ ଶତାବ୍ଦୀରେ ସୋମବଂଶୀଙ୍କ ଦ୍ୱାରା ବୌଦ୍ଧ ସହରରେ ନିର୍ମିତ ରାମେଶ୍ୱର ମନ୍ଦିରରେ ଐତିହାସିକ, ଗବେଷକ ଓ ପର୍ଯ୍ୟଟକମାନଙ୍କ ଦର୍ଶନ ଓ ଗବେଷଣା ପାଇଁ ଅନେକ ସୁଯୋଗ ରହିଛି। ସେହିପରି ହରଭଙ୍ଗା ବ୍ଲକ ବାମଣ୍ଡା ପଞ୍ଚାୟତର ପାତାଳି ଶ୍ରୀକ୍ଷେତ୍ର ନାୟକ ପଡା ଗୁମ୍ପା ଓ କଣ୍ଟାମାଳ ରେଘାମୁଣ୍ଡାର ଦେଢଶୁର ଭାଇବୋହୂ ପାହାଡର ବିକାଶ ପାଇଁ ରାଜ୍ୟ ସରକାର ଅନୁଦାନ ଯୋଗାଇ ଦେଇଥିଲେ ମଧ୍ୟ ଏହାର ପ୍ରଚାର ପ୍ରସାର ଅଭାବରୁ ପର୍ଯ୍ୟଟକମାନଙ୍କ ଦୃଷ୍ଟି ଆଢୁଆଳରେ ରହିଯାଉଛି। ହରଭଙ୍ଗା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା ଭୈରବୀଙ୍କ ମନ୍ଦିର, ରାମଗଡ ଓ କରଡିଠାରେ ଥିବା ଶିବ ମନ୍ଦିର, ପଦ୍ମତୋଳା ଅଭୟାରଣ୍ୟ, ତଳଗାଁ ଡମକୁଚର ମନଲୋଭା ପ୍ରାକୃତିକ ଦୃଶ୍ୟ, ବାଉଁଶୁଣୀର ପ୍ରସିଦ୍ଧ ଶିବ ମନ୍ଦିର, ବଘିଆପଡାର ପଞ୍ଚୁପାଣ୍ଡବ ମନ୍ଦିର, ମହାନଦୀ ଗର୍ଭରେ ରହିଥିବା ହନୁମାନ ମନ୍ଦିର, ବୌଦ୍ଧର ଜଗନ୍ନାଥ ମନ୍ଦିର, ଭୈରବୀ ମନ୍ଦିର, ଚନ୍ଦ୍ରଚୂଡ ମନ୍ଦିର ଆଦି ଅନେକ କୀର୍ତ୍ତିରାଜି ଜିଲାରେ ପର୍ଯ୍ୟଟନର ଭିତ୍ତିଭୂମି ବିକାଶରେ ସହାୟକ ହୋଇପାରିବ। ସେହିପରି ମହାନଦୀ ଭିତରେ ରହିଥିବା ମର୍ଜାକୁଦ ଇକୋ ଟୁରିଜିମର ବିକାଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ରାଜ୍ୟ ସରକାର ଯଦି ଏସବୁ ପ୍ରତି ଗୁରୁତ୍ୱ ଦେବା ସହ ବୌଦ୍ଧ ଜିଲାରେ ଥିବା କୀର୍ତ୍ତିରାଜି ଓ ସୌନ୍ଦର୍ଯ୍ୟ ଗୁଡିକର ବିକାଶ କରାଇପାରିଲେ ଜିଲା ପର୍ଯ୍ୟଟନ କ୍ଷେତ୍ରରେ ଏକ ପରିଚିତ ନାଁ ହୋଇପାରିବ ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri