Posted inଫୁରସତ

ପର୍ଯ୍ୟଟନ କ୍ଷେତ୍ରରେ ବିଶ୍ୱରେ ତୃତୀୟ ସ୍ଥାନ ହାସଲ କରିଛି ଭାରତର ଏହି ରାଜ୍ୟ

ଟ୍ରାଭେଲ୍‌ ମିଡିଆ କମ୍ପାନୀ ‘ଲୋନ୍‌ଲି ପ୍ଲାନେଟ୍‌’ ୨୦୨୦ ପାଇଁ ପର୍ଯ୍ୟଟନ ସ୍ଥଳୀ ଚୟନ କ୍ଷେତ୍ରରେ ଏକ ସର୍ଭେ ରିପୋର୍ଟ ଜାରି କରିଛି। ଏହି ତାଲିକାରେ ଇଣ୍ଡୋନେସିଆର ଇଷ୍ଟ ନୁସା ଟେଙ୍ଗର ପ୍ରଥମ ଏବଂ ହଙ୍ଗେରୀର ରାଜଧାନୀ ବୁଡାପେଷ୍ଟ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ତୃତୀୟ ସ୍ଥାନରେ ଭାରତର ମଧ୍ୟପ୍ରଦେଶ ରହିଛି। ମୁଖ୍ୟତଃ ଏହି ତାଲିକାରେ ମଧ୍ୟପ୍ରଦେଶର ବନ୍ୟଜନ୍ତୁ, ତୀର୍ଥସ୍ଥଳ, ଐତିହାସିକ କ୍ଷେତ୍ର, କୋଠା ନିର୍ମାଣ କୌଶଳକୁ ସବୁଠୁ ପସନ୍ଦ କରାଯାଇ ଏପରି ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷରେ ପର୍ଯ୍ୟଟନ କ୍ଷେତ୍ରରେ ମଧ୍ୟପ୍ରଦେଶ ୩ ନଂ. ସ୍ଥାନରେ ଥିବାରୁ ରାଜ୍ୟ ପର୍ଯ୍ୟଟନ ବିଭାଗ ନିଜକୁ ଗର୍ବିତ ମନେ କରେ ବୋଲି କହିଛି। ରାଜ୍ୟ ପର୍ଯ୍ୟଟନ ବିକାଶ ଦିଗରେ ସ୍ଥାନୀୟ ଲୋକଙ୍କ ସମ୍ପୂର୍ଣ୍ଣ ସହଯୋଗ ଥିବା ବିଭାଗ କହିଛି।
ଟ୍ରାଭେଲ୍‌ କମ୍ପାନୀ ଲୋନ୍‌ଲି ପ୍ଲାନେଟ୍‌ ୧୯୭୩ ମସିହାରୁ ବିଶ୍ୱର ସବୁଠୁ ସୁନ୍ଦର ପର୍ଯ୍ୟଟନ ସ୍ଥଳୀର ତାଲିକା ପ୍ରସ୍ତୁତ କରିଆସୁଛି। ପ୍ରତିବର୍ଷ ଏହି କମ୍ପାନୀ ୫ ଜଣ ସମ୍ପାଦକଙ୍କ ଆଧାରରେ ରିସର୍ଚ୍ଚ କରୁଛି। କମ୍ପାନୀର ସ୍ବେଚ୍ଛାସେବୀ, ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରାଯାଇଥାଏ। ଏହା ପରେ କମ୍ପାନୀର ଏକ ନ୍ୟାୟିକ ସମିତି ପର୍ଯ୍ୟଟନ ସ୍ଥଳୀ ଚୟନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri