ପର୍ଯ୍ୟଟନ ମନ୍ତ୍ରୀଙ୍କୁ କ୍ଲିନ୍‌ଚିଟ୍‌ ମିଳିବା ପ୍ରସଙ୍ଗରେ ବର୍ଷିଲା ଭାଜପା: ପ୍ରମାଣ ଥିବା ସତ୍ତ୍ୱେ ଚ୍ୟାଲେଞ୍ଜ କରିବାକୁ ଦିଆଗଲା ନାହିଁ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଦୁଇଜଣ ମହିଳାଙ୍କୁ ସରକାରୀ ଅର୍ଥରେ ସାଙ୍ଗରେ ନେଇଥିବା ଅଭିଯୋଗ ହୋଇଥିଲା। ହେଲେ ଗୁରୁବାର ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିବୃତି ରଖି ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଥିଲେ। ଏହାକୁ ନେଇ ସରକାରଙ୍କ ଉପରେ ବର୍ଷିଛି ଭାଜପା। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ କହିଛନ୍ତି, ପ୍ରମାଣ ସତ୍ତ୍ୱେ ମନ୍ତ୍ରୀଙ୍କୁ ସରକାର କ୍ଲିନ୍‌ଚିଟ୍‌ ଦେଇଦେଲେ। ଗୃହରେ ଏନେଇ ଆମକୁ ଚ୍ୟାଲେଞ୍ଜ କରିବାକୁ ସୁଯୋଗ ମଧ୍ୟ ଦିଆଗଲାନାହିଁ। ତେବେ ମନ୍ତ୍ରୀ ପଦରୁ ପାଣିଗ୍ରାହୀଙ୍କୁ ତୁରନ୍ତ ବହିଷ୍କାର କରାଯାଉ ବୋଲି ସେ ଦାବି କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ରୋଡ୍‌ ଶୋ’ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ମନ୍ତ୍ରୀ ଦୁଇଜଣ ମହିଳାଙ୍କୁ ନେଇଯାଇଥିବା ପ୍ରଥମେ କଂଗ୍ରେସ ଅଭିଯୋଗ କରିଥିଲା। ଏହାପରେ ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। ଉଭୟଙ୍କ ବାବଦରେ ସରକାରୀ ଅର୍ଥ ଖର୍ଚ୍ଚ ହୋଇଛି। ଏନେଇ ସରକାର ଗୃହରେ ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ସେ ଦାବି କରିଥିଲେ। ପରେ ଅପରାହ୍ନରେ ଗୃହରେ ମନ୍ତ୍ରୀ ଆରୁଖ ବିବୃତି ରଖି କହିଥିଲେ, ପର୍ଯ୍ୟଟନ ମନ୍ତ୍ରୀ ରୋଡ୍‌ ଶୋ’ ପାଇଁ ହାଇଦ୍ରାବାଦ ଯାଇଥିଲେ। ହେଲେ ମନ୍ତ୍ରୀଙ୍କ ବ୍ୟତିତ ଅନ୍ୟମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ କୌଣସି ଅର୍ଥ ଖର୍ଚ୍ଚ କରାଯାଇନାହିଁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri