ପଲିଥିନ ଖୋଜି ପାଉନି ପୌରପାଳିକା: ଚଢ଼ାଉରୁ ମିଳିଲା ମାତ୍ର ୨ କିଲୋ

ଅନୁଗୋଳ ଅଫିସ, ୨୧।୯ – ଅନୁଗୋଳ ସହରରେ ପଲିଥିନ ନିଷେଧ କରାଯାଇଥିଲେ ବି ଏଯାଏ ଲକ୍ଷ୍ୟ ପୂରଣ ହୋଇନାହିଁ। ଏବେ ବି ସହରରେ ଖୋଲାଖୋଲି ଚାଲିଛି ପଲିଥିନ କାରବାର। ଦୋକାନୀମାନେ ବିଭିନ୍ନ ସାମଗ୍ରୀ ଗ୍ରାହକଙ୍କୁ ପଲିଥିନରେ ଦେଉଥିବା ବେଳେ ଉପକଣ୍ଠରେ ଥିବା ଗୋଦାମ ଗୁଡ଼ିକରେ ଟନ ଟନ ପଲିଥିନ ମହଜୁଦ ରଖାଯାଇଥିବା ଚର୍ଚ୍ଚା ହେଉଛି। ହେଲେ ପଲିଥିନ ଖୋଜି ପାଉନି ପୌରସଂସ୍ଥା। ଏପରି କି ଶୁକ୍ରବାର କିଛି ସ୍ଥାନରେ ଚଢ଼ାଉ କରାଯାଇ ମାତ୍ର ୨ କିଲୋଗ୍ରାମ ପଲିଥିନ ସହ ୧୩ଶହ ଟଙ୍କା ଜରିମାନା ଆଦାୟ କରାଯାଇଥିବାରୁ ପୌରପାଳିକାଳର ଆଭିମୁଖ୍ୟ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସହରବାସୀଙ୍କ କହିବା ଅନୁଯାୟୀ, ଅନୁଗୋଳ ସହରରେ ଥିବା ବିଭିନ୍ନ ଗୋଦାମକୁ ଭୋର ସମୟରେ ପଲିଥିନ ଆସୁଛି। ଏପରି କି ପଲିଥିନ ବନ୍ଦ କରିବା ପାଇଁ ପୌରପାଳିକା ପକ୍ଷରୁ ବିଭିନ୍ନ ସମୟରେ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ତାହା ଯଥେଷ୍ଟ ହେଉନାହିଁ। ପଲିଥିନ ବ୍ୟାନ ଥିବାବେଳେ ରାତି ପାହିଲେ ବିଭିନ୍ନ ରାସ୍ତା ଘାଟରେ ପୁଳା ପୁଳା ପଲିଥିନ ପରିଲକ୍ଷିତ ହେଉଛି। ଏ ନେଇ ପୌରନିର୍ବାହୀ ଅଧିକାରୀ ଅତିରିକ୍ତ ଦାୟିତ୍ୱରେ ଥିବା ସୁବ୍ରତ କୁମାର ବେହେରା କହିଛନ୍ତି, ବିଭିନ୍ନ ସ୍ଥାନ ଉପରେ ନଜର ରଖାଯାଇଛି। ତେବେ କେଉଁଠାରୁ ଏହା ଆସୁଛି ତାହା ଜାଣିବା ପାଇଁ ଉଦ୍ୟମ ଜାରି ରହିି। ବ୍ୟବସାୟୀମାନେ ଧରାପଡ଼ିଲେ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri