ପଲିଥିନ୍‌ ବ୍ୟବହାର ପ୍ରତିବନ୍ଧକକୁ ମାନୁନାହାନ୍ତି ଲୋକେ, ସୌନ୍ଦର୍ଯ୍ୟ ହରାଉଛି ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୨।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରର ସୌନ୍ଦର୍ଯ୍ୟ ଦିନକୁ ଦିନ ହରାଇବାକୁ ବସିଛି। ସରକାରଙ୍କ ପକ୍ଷରୁ ପଲିଥିନ୍‌ ବେଆଇନ ଘୋଷଣା ପରେ ବି ଲୋକେ ପ୍ରତିବନ୍ଧକକୁ ନ ମାନି ବହୁଳ ମାତ୍ରାରେ ବ୍ୟବହାର କରୁଛନ୍ତି। ଅଳିଆ ଆବର୍ଜନା ସହ ହୋଟେଲର ବଳକା ରନ୍ଧା ଖାଦ୍ୟକୁ ପଲିଥିନ୍‌ରେ ଆଣି ଦାରିଙ୍ଗବାଡ଼ିର ଭିୟୁ ପଏଣ୍ଟ ଆମ୍ବଘାଟିରେ ପକାଯାଉଛି। ଫଳରେ ଏବେ ପର୍ଯ୍ୟଟକ ଉକ୍ତ ରାସ୍ତାରେ ଯାତାୟାତ ବେଳେ ନାକ ଟେକୁଛନ୍ତି। ପୂତିଗନ୍ଧମୟ ପରିବେଶରେ ଚଳପ୍ରଚଳ କରିବା ଏକପ୍ରକାର ଅସମ୍ଭବ ହୋଇପଡୁଛି। ପୂର୍ବରୁ ଏଭଳି ଉକ୍ତ ଘାଟିରେ ଅଳିଆ ଆବର୍ଜନା ପକାଯାଉଥିଲା, ତାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସଫେଇ କରାଯାଇଥିଲା। କିନ୍ତୁ ପୁଣି ସେଠାରେ କେହି ବଳକା ପଚାସଢ଼ା ଖାଦ୍ୟ ଫିଙ୍ଗୁଛନ୍ତି। ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକମାନେ ଏଭଳି ଦୃଶ୍ୟ ଦେଖି ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏନେଇ ତହସିଲଦାର ନୀତିଶ ତ୍ରିପାଠୀ କହିଛନ୍ତି ଯେ, ପୁଣି ସମସ୍ତ ହୋଟେଲ ସଂଘ ସମେତ ବଣିକ ସଂଘ ଏବଂ ଛୋଟବଡ଼ ଜଳଖିଆ ହୋଟେଲ ବ୍ୟବସାୟୀଙ୍କୁ ଡାକି ସଚେତନ କରାଯିବ। ସେହିପରି ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇଙ୍କ ସହ ଯୋଗାଯୋଗ କରାଯିବାରୁ ତୁରନ୍ତ ସଫେଇ କରାଯିବ। ସେଠାରେ ଅଳିଆ ଆବର୍ଜନା ପକାଉଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri